Mark 10:14 in Oriya 14 ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋ' ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଇଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Other Translations King James Version (KJV) But when Jesus saw it, he was much displeased, and said unto them, Suffer the little children to come unto me, and forbid them not: for of such is the kingdom of God.
American Standard Version (ASV) But when Jesus saw it, he was moved with indignation, and said unto them, Suffer the little children to come unto me; forbid them not: for to such belongeth the kingdom of God.
Bible in Basic English (BBE) And when Jesus saw it, he was angry, and said to them, Let the little children come to me, and do not keep them away; for of such is the kingdom of God.
Darby English Bible (DBY) But Jesus seeing [it], was indignant, and said to them, Suffer the little children to come to me; forbid them not; for of such is the kingdom of God.
World English Bible (WEB) But when Jesus saw it, he was moved with indignation, and said to them, "Allow the little children to come to me! Don't forbid them, for the Kingdom of God belongs to such as these.
Young's Literal Translation (YLT) and Jesus having seen, was much displeased, and he said to them, `Suffer the children to come unto me, and forbid them not, for of such is the reign of God;
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 17:10 in Oriya 10 ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
Numbers 14:31 in Oriya 31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
Deuteronomy 4:37 in Oriya 37 ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Deuteronomy 29:11 in Oriya 11 ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
1 Samuel 1:11 in Oriya 11 ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।
1 Samuel 1:22 in Oriya 22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।
1 Samuel 1:27 in Oriya 27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
Psalm 78:4 in Oriya 4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।
Psalm 115:14 in Oriya 14 ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
Psalm 131:1 in Oriya 1 ଆରୋହଣ-ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୁ, ମୋ' ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ' ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋ' ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
Isaiah 65:23 in Oriya 23 ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Matthew 18:4 in Oriya 4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 19:14 in Oriya 14 କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Mark 3:5 in Oriya 5 ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ। ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
Mark 8:33 in Oriya 33 କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଇଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।
Luke 9:54 in Oriya 54 ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା ?
Luke 18:15 in Oriya 15 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।
Acts 2:39 in Oriya 39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।
Acts 3:25 in Oriya 25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Romans 11:16 in Oriya 16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
Romans 11:28 in Oriya 28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଇଶ୍ବରଙ୍କ ପ୍ରିୟପାତ୍ର।
1 Corinthians 7:14 in Oriya 14 କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ବାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ବାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅପବିତ୍ର ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।
1 Corinthians 14:20 in Oriya 20 ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ।
Ephesians 4:26 in Oriya 26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
1 Peter 2:2 in Oriya 2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
Revelation 14:5 in Oriya 5 ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।