Mark 10:17 in Oriya 17 ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
Other Translations King James Version (KJV) And when he was gone forth into the way, there came one running, and kneeled to him, and asked him, Good Master, what shall I do that I may inherit eternal life?
American Standard Version (ASV) And as he was going forth into the way, there ran one to him, and kneeled to him, and asked him, Good Teacher, what shall I do that I may inherit eternal life?
Bible in Basic English (BBE) And while he was going out into the way, a man came running to him, and went down on his knees, saying, Good Master, what have I to do so that I may have eternal life?
Darby English Bible (DBY) And as he went forth into the way, a person ran up to [him], and kneeling to him asked him, Good Teacher, what shall I do that I may inherit eternal life?
World English Bible (WEB) As he was going out into the way, one ran to him, knelt before him, and asked him, "Good Teacher, what shall I do that I may inherit eternal life?"
Young's Literal Translation (YLT) And as he is going forth into the way, one having run and having kneeled to him, was questioning him, `Good teacher, what may I do, that life age-during I may inherit?'
Cross Reference Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Matthew 17:14 in Oriya 14 ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,
Matthew 19:16 in Oriya 16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 28:8 in Oriya 8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।
Mark 1:40 in Oriya 40 ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, “ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି।”
Mark 9:25 in Oriya 25 ପରେ ଲୋକସମୂହ ଏକତ୍ର ଦୌଡ଼ିଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
Luke 10:25 in Oriya 25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
Luke 18:18 in Oriya 18 ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 5:39 in Oriya 39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
John 20:2 in Oriya 2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Acts 9:6 in Oriya 6 କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ।
Acts 16:30 in Oriya 30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
Acts 20:32 in Oriya 32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Romans 6:23 in Oriya 23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଇଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।