Mark 10:30 in Oriya 30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରିଲୋକ କେହି ନାହିଁ।
Other Translations King James Version (KJV) But he shall receive an hundredfold now in this time, houses, and brethren, and sisters, and mothers, and children, and lands, with persecutions; and in the world to come eternal life.
American Standard Version (ASV) but he shall receive a hundredfold now in this time, houses, and brethren, and sisters, and mothers, and children, and lands, with persecutions; and in the world to come eternal life.
Bible in Basic English (BBE) Who will not get a hundred times as much now in this time, houses, and brothers, and sisters, and mothers, and children, and land--though with great troubles; and, in the world to come, eternal life.
Darby English Bible (DBY) that shall not receive a hundredfold now in this time: houses, and brethren, and sisters, and mothers, and children, and lands, with persecutions, and in the coming age life eternal.
World English Bible (WEB) but he will receive one hundred times more now in this time, houses, brothers, sisters, mothers, children, and land, with persecutions; and in the age to come eternal life.
Young's Literal Translation (YLT) who may not receive an hundredfold now in this time, houses, and brothers, and sisters, and mothers, and children, and fields, with persecutions, and in the age that is coming, life age-during;
Cross Reference 2 Chronicles 25:9 in Oriya 9 ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ'ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Proverbs 3:9 in Oriya 9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
Proverbs 16:16 in Oriya 16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
Matthew 5:11 in Oriya 11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Matthew 12:32 in Oriya 32 ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।
Matthew 13:44 in Oriya 44 ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
Luke 18:30 in Oriya 30 ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।
John 10:23 in Oriya 23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
John 16:22 in Oriya 22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Acts 16:25 in Oriya 25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଇଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
Romans 5:3 in Oriya 3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
Romans 6:23 in Oriya 23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଇଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
2 Corinthians 6:10 in Oriya 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଇଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
2 Corinthians 9:8 in Oriya 8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
Philippians 3:8 in Oriya 8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
1 Timothy 6:6 in Oriya 6 ଈଶ୍ୱରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
James 1:2 in Oriya 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
James 5:11 in Oriya 11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
1 Peter 4:12 in Oriya 12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।