Mark 11:18 in Oriya 18 ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।
Other Translations King James Version (KJV) And the scribes and chief priests heard it, and sought how they might destroy him: for they feared him, because all the people was astonished at his doctrine.
American Standard Version (ASV) And the chief priests and the scribes heard it, and sought how they might destroy him: for they feared him, for all the multitude was astonished at his teaching.
Bible in Basic English (BBE) And it came to the ears of the chief priests and scribes, and they took thought how they might put him to death; being in fear of him, because all the people were full of wonder at his teaching.
Darby English Bible (DBY) And the chief priests and the scribes heard [it], and they sought how they might destroy him; for they feared him, because all the crowd were astonished at his doctrine.
World English Bible (WEB) The chief priests and the scribes heard it, and sought how they might destroy him. For they feared him, because all the multitude was astonished at his teaching.
Young's Literal Translation (YLT) And the scribes and the chief priests heard, and they were seeking how they shall destroy him, for they were afraid of him, because all the multitude was astonished at his teaching;
Cross Reference 1 Kings 18:17 in Oriya 17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ'ଣ ତୁମ୍ଭେ ?”
1 Kings 21:20 in Oriya 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ'ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
1 Kings 22:8 in Oriya 8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
1 Kings 22:18 in Oriya 18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Matthew 7:28 in Oriya 28 ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,
Matthew 21:15 in Oriya 15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,
Matthew 21:38 in Oriya 38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।
Matthew 21:45 in Oriya 45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ।
Matthew 26:3 in Oriya 3 ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,
Mark 1:22 in Oriya 22 ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
Mark 3:6 in Oriya 6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
Mark 6:20 in Oriya 20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।
Mark 11:32 in Oriya 32 ଅବା ମନୁଷ୍ୟଠାରୁ ବୋଲି କଅଣ କହିବା ? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।
Mark 12:12 in Oriya 12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।
Mark 14:1 in Oriya 1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
Luke 4:22 in Oriya 22 ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ?
Luke 19:47 in Oriya 47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
Luke 20:19 in Oriya 19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
John 7:46 in Oriya 46 ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
John 11:53 in Oriya 53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।
Acts 24:25 in Oriya 25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Revelation 11:5 in Oriya 5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।