Mark 13:27 in Oriya 27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।
Other Translations King James Version (KJV) And then shall he send his angels, and shall gather together his elect from the four winds, from the uttermost part of the earth to the uttermost part of heaven.
American Standard Version (ASV) And then shall he send forth the angels, and shall gather together his elect from the four winds, from the uttermost part of the earth to the uttermost part of heaven.
Bible in Basic English (BBE) And then he will send out the angels, and will get together his saints from the four winds, from the farthest part of the earth to the farthest part of heaven.
Darby English Bible (DBY) and then shall he send his angels and shall gather together his elect from the four winds, from end of earth to end of heaven.
World English Bible (WEB) Then he will send out his angels, and will gather together his chosen ones from the four winds, from the ends of the earth to the ends of the sky.
Young's Literal Translation (YLT) and then he shall send his messengers, and gather together his chosen from the four winds, from the end of the earth unto the end of heaven.
Cross Reference Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Deuteronomy 30:4 in Oriya 4 ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।
Isaiah 65:9 in Oriya 9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
Zechariah 2:6 in Oriya 6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।
Matthew 12:42 in Oriya 42 ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
Matthew 13:41 in Oriya 41 ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,
Matthew 13:49 in Oriya 49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
Matthew 24:22 in Oriya 22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Matthew 24:31 in Oriya 31 ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Mark 13:20 in Oriya 20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
Luke 16:22 in Oriya 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
Luke 18:7 in Oriya 7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
John 10:16 in Oriya 16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
John 11:52 in Oriya 52 ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଇଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।
Romans 8:33 in Oriya 33 ଇଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Colossians 3:12 in Oriya 12 ଅତଏବ, ଇଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।
1 Thessalonians 4:14 in Oriya 14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ୍।
2 Thessalonians 2:1 in Oriya 1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2 Timothy 2:10 in Oriya 10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି।
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
Revelation 7:1 in Oriya 1 ତା'ପରେ ମୁଁ ଦେଖିଲି, ପୃଥିବୀକୁ ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥି ନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି।
Revelation 7:5 in Oriya 5 ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,
Revelation 15:6 in Oriya 6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।