Mark 13:9 in Oriya 9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Other Translations King James Version (KJV) But take heed to yourselves: for they shall deliver you up to councils; and in the synagogues ye shall be beaten: and ye shall be brought before rulers and kings for my sake, for a testimony against them.
American Standard Version (ASV) But take ye heed to yourselves: for they shall deliver you up to councils; and in synagogues shall ye be beaten; and before governors and kings shall ye stand for my sake, for a testimony unto them.
Bible in Basic English (BBE) But take care: for they will give you up to the Sanhedrins; and in Synagogues you will be whipped; and you will be taken before rulers and kings because of me, for a sign to them.
Darby English Bible (DBY) But *ye*, take heed to yourselves, for they shall deliver you up to sanhedrims and to synagogues: ye shall be beaten and brought before rulers and kings for my sake, for a testimony to them;
World English Bible (WEB) But watch yourselves, for they will deliver you up to councils. You will be beaten in synagogues. You will stand before rulers and kings for my sake, for a testimony to them.
Young's Literal Translation (YLT) `And take ye heed to yourselves, for they shall deliver you up to sanhedrims, and to synagogues, ye shall be beaten, and before governors and kings ye shall be set for my sake, for a testimony to them;
Cross Reference Matthew 10:17 in Oriya 17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Matthew 24:9 in Oriya 9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
Mark 1:44 in Oriya 44 ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହି ସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।
Mark 6:11 in Oriya 11 ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ।
Mark 13:5 in Oriya 5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
Luke 9:5 in Oriya 5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।
Luke 21:16 in Oriya 16 କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
John 15:20 in Oriya 20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
Acts 4:1 in Oriya 1 ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
Acts 5:17 in Oriya 17 ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ
Acts 6:11 in Oriya 11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଇଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
Acts 7:54 in Oriya 54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 9:13 in Oriya 13 କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
Acts 9:16 in Oriya 16 ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।
Acts 12:1 in Oriya 1 ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
Acts 16:20 in Oriya 20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
Acts 21:11 in Oriya 11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ।
Acts 21:31 in Oriya 31 ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।
Acts 22:19 in Oriya 19 ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
Acts 23:1 in Oriya 1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଇଶ୍ବରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି।
Acts 24:1 in Oriya 1 ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକୀଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।
Acts 25:1 in Oriya 1 ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମକୁ ଗଲେ,
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
Philippians 1:29 in Oriya 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
2 Thessalonians 1:5 in Oriya 5 ଇଶ୍ବରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଇଶ୍ବରଙ୍କ ଉଚିତ୍ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,
Revelation 1:9 in Oriya 9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଇଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Revelation 6:9 in Oriya 9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।