Mark 14:21 in Oriya 21 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର ! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାନ୍ତା।
Other Translations King James Version (KJV) The Son of man indeed goeth, as it is written of him: but woe to that man by whom the Son of man is betrayed! good were it for that man if he had never been born.
American Standard Version (ASV) For the Son of man goeth, even as it is written of him: but woe unto that man through whom the Son of man is betrayed! good were it for that man if he had not been born.
Bible in Basic English (BBE) The Son of man goes, even as the Writings say of him: but cursed is that man through whom the Son of man is given up! It would have been well for that man if he had never been given birth.
Darby English Bible (DBY) The Son of man goes indeed as it is written concerning him, but woe to that man by whom the Son of man is delivered up; [it were] good for that man if he had not been born.
World English Bible (WEB) For the Son of Man goes, even as it is written about him, but woe to that man by whom the Son of Man is betrayed! It would be better for that man if he had not been born."
Young's Literal Translation (YLT) the Son of Man doth indeed go, as it hath been written concerning him, but wo to that man through whom the Son of Man is delivered up; good were it to him if that man had not been born.'
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Psalm 22:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
Psalm 55:15 in Oriya 15 ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
Psalm 69:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Psalm 109:6 in Oriya 6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
Isaiah 52:14 in Oriya 14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 18:6 in Oriya 6 କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Matthew 26:24 in Oriya 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Matthew 26:54 in Oriya 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ?
Matthew 26:56 in Oriya 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
Matthew 27:3 in Oriya 3 ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
Mark 14:49 in Oriya 49 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।
Luke 22:22 in Oriya 22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 19:28 in Oriya 28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
John 19:36 in Oriya 36 କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
Acts 1:16 in Oriya 16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
Acts 1:25 in Oriya 25 ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 4:27 in Oriya 27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
Acts 13:27 in Oriya 27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,