Mark 14:41 in Oriya 41 ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Other Translations King James Version (KJV) And he cometh the third time, and saith unto them, Sleep on now, and take your rest: it is enough, the hour is come; behold, the Son of man is betrayed into the hands of sinners.
American Standard Version (ASV) And he cometh the third time, and saith unto them, Sleep on now, and take your rest: it is enough; the hour is come; behold, the Son of man is betrayed into the hands of sinners.
Bible in Basic English (BBE) And he came the third time, and said to them, Go on sleeping now and take your rest: it is enough; the hour has come; see, the Son of man is given up into the hands of evil men.
Darby English Bible (DBY) And he comes the third time and says to them, Sleep on now, and take your rest. It is enough; the hour is come; behold, the Son of man is delivered up into the hands of sinners.
World English Bible (WEB) He came the third time, and said to them, "Sleep on now, and take your rest. It is enough. The hour has come. Behold, the Son of Man is betrayed into the hands of sinners.
Young's Literal Translation (YLT) And he cometh the third time, and saith to them, `Sleep on henceforth, and rest -- it is over; the hour did come; lo, the Son of Man is delivered up to the hands of the sinful;
Cross Reference Judges 10:14 in Oriya 14 ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।
1 Kings 18:27 in Oriya 27 ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚ ସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
1 Kings 22:15 in Oriya 15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
2 Kings 3:13 in Oriya 13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ'ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Ezekiel 20:39 in Oriya 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
Matthew 26:2 in Oriya 2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।
Matthew 26:45 in Oriya 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Mark 7:9 in Oriya 9 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଇଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ !
Mark 9:31 in Oriya 31 କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
Mark 10:33 in Oriya 33 ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
Mark 14:10 in Oriya 10 ସେଥିରେ ବାର ଶିଷ୍ୟଙ୍କ ମଧ୍ୟରୁ ଇଷ୍କାରିୟୋତ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
Mark 14:18 in Oriya 18 ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
Mark 14:35 in Oriya 35 ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
John 7:30 in Oriya 30 ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
John 8:20 in Oriya 20 ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
John 12:23 in Oriya 23 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।
John 12:27 in Oriya 27 ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
John 13:1 in Oriya 1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
John 17:1 in Oriya 1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;