Mark 16:18 in Oriya 18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।
Other Translations King James Version (KJV) They shall take up serpents; and if they drink any deadly thing, it shall not hurt them; they shall lay hands on the sick, and they shall recover.
American Standard Version (ASV) they shall take up serpents, and if they drink any deadly thing, it shall in no wise hurt them; they shall lay hands on the sick, and they shall recover.
Bible in Basic English (BBE) They will take up snakes, and if there is poison in their drink, it will do them no evil; they will put their hands on those who are ill, and they will get well.
Darby English Bible (DBY) they shall take up serpents; and if they should drink any deadly thing it shall not injure them; they shall lay hands upon the infirm, and they shall be well.
World English Bible (WEB) they will take up serpents; and if they drink any deadly thing, it will in no way hurt them; they will lay hands on the sick, and they will recover."
Young's Literal Translation (YLT) serpents they shall take up; and if any deadly thing they may drink, it shall not hurt them; on the ailing they shall lay hands, and they shall be well.'
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
2 Kings 4:39 in Oriya 39 ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।
Psalm 91:13 in Oriya 13 ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ।
Mark 5:23 in Oriya 23 ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
Luke 10:19 in Oriya 19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Acts 3:6 in Oriya 6 କିନ୍ତୁ ପିତର କହିଲେ, “ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ।”
Acts 3:12 in Oriya 12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?
Acts 3:16 in Oriya 16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Acts 4:10 in Oriya 10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Acts 4:22 in Oriya 22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
Acts 4:30 in Oriya 30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।
Acts 5:15 in Oriya 15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।
Acts 9:17 in Oriya 17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
Acts 9:34 in Oriya 34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
Acts 9:40 in Oriya 40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
Acts 19:12 in Oriya 12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ।
Acts 28:3 in Oriya 3 କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା।
Acts 28:8 in Oriya 8 ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଅମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
1 Corinthians 12:9 in Oriya 9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,
James 5:14 in Oriya 14 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।