Mark 2:8 in Oriya 8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ?
Other Translations King James Version (KJV) And immediately when Jesus perceived in his spirit that they so reasoned within themselves, he said unto them, Why reason ye these things in your hearts?
American Standard Version (ASV) And straightway Jesus, perceiving in his spirit that they so reasoned within themselves, saith unto them, Why reason ye these things in your hearts?
Bible in Basic English (BBE) And Jesus, having knowledge in his spirit of their thoughts, said to them, Why are you reasoning about these things in your hearts?
Darby English Bible (DBY) And straightway Jesus, knowing in his spirit that they are reasoning thus within themselves, said to them, Why reason ye these things in your hearts?
World English Bible (WEB) Immediately Jesus, perceiving in his spirit that they so reasoned within themselves, said to them, "Why do you reason these things in your hearts?
Young's Literal Translation (YLT) And immediately Jesus, having known in his spirit that they thus reason in themselves, said to them, `Why these things reason ye in your hearts?
Cross Reference 1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Psalm 139:2 in Oriya 2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ।
Proverbs 15:26 in Oriya 26 କୁସଙ୍କଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
Proverbs 24:9 in Oriya 9 ଅଜ୍ଞାନର ସଙ୍କଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
Isaiah 55:7 in Oriya 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Ezekiel 38:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
Matthew 9:4 in Oriya 4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ ?
Mark 7:21 in Oriya 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
Luke 5:22 in Oriya 22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?
Luke 6:8 in Oriya 8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ। ପୁଣି, ସେ ଉଠି ଠିଆ ହେଲା।
Luke 7:39 in Oriya 39 ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।
Luke 24:38 in Oriya 38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ?
John 2:24 in Oriya 24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
John 6:64 in Oriya 64 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାଁନ୍ତି। କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 8:22 in Oriya 22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।