Mark 3:5 in Oriya 5 ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ। ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
Other Translations King James Version (KJV) And when he had looked round about on them with anger, being grieved for the hardness of their hearts, he saith unto the man, Stretch forth thine hand. And he stretched it out: and his hand was restored whole as the other.
American Standard Version (ASV) And when he had looked round about on them with anger, being grieved at the hardening of their heart, he saith unto the man, Stretch forth thy hand. And he stretched it forth; and his hand was restored.
Bible in Basic English (BBE) And looking round on them he was angry, being sad because of their hard hearts; and he said to the man, Put out your hand. And he put it out, and his hand was made well.
Darby English Bible (DBY) And looking round upon them with anger, distressed at the hardening of their heart, he says to the man, Stretch out thy hand. And he stretched [it] out, and his hand was restored.
World English Bible (WEB) When he had looked around at them with anger, being grieved at the hardening of their hearts, he said to the man, "Stretch out your hand." He stretched it out, and his hand was restored as healthy as the other.
Young's Literal Translation (YLT) And having looked round upon them with anger, being grieved for the hardness of their heart, he saith to the man, `Stretch forth thy hand;' and he stretched forth, and his hand was restored whole as the other;
Cross Reference Genesis 6:6 in Oriya 6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
Judges 10:16 in Oriya 16 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
1 Kings 13:6 in Oriya 6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ' ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
Nehemiah 13:8 in Oriya 8 ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବିୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡି ଦେଲି।
Psalm 95:10 in Oriya 10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;
Isaiah 6:9 in Oriya 9 ତହିଁରେ ସେ କହିଲେ, “ଯାଅ ଓ ଏହି ଗୋଷ୍ଠୀକୁ କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।
Isaiah 42:18 in Oriya 18 ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।
Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Matthew 12:13 in Oriya 13 ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
Matthew 13:14 in Oriya 14 ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Luke 6:10 in Oriya 10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
Luke 13:15 in Oriya 15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?
Luke 17:14 in Oriya 14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ। ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
Luke 19:40 in Oriya 40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।
John 5:8 in Oriya 8 ଯୀଶୁ ତାଙ୍କୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ।
John 9:7 in Oriya 7 ଶିଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) ପୋଖରୀରେ ଧୋଇ ହୁଅ। ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।
Romans 11:7 in Oriya 7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
2 Corinthians 3:14 in Oriya 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
Ephesians 4:18 in Oriya 18 ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;
Ephesians 4:26 in Oriya 26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
Ephesians 4:30 in Oriya 30 ଆଉ ଇଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ।
Hebrews 3:10 in Oriya 10 ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି।
Hebrews 3:17 in Oriya 17 ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ ?
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Revelation 6:16 in Oriya 16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,