Mark 4:17 in Oriya 17 କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Other Translations King James Version (KJV) And have no root in themselves, and so endure but for a time: afterward, when affliction or persecution ariseth for the word's sake, immediately they are offended.
American Standard Version (ASV) and they have no root in themselves, but endure for a while; then, when tribulation or persecution ariseth because of the word, straightway they stumble.
Bible in Basic English (BBE) And they have no root in themselves, but go on for a time; then, when trouble comes or pain, because of the word, they quickly become full of doubts.
Darby English Bible (DBY) and they have no root in themselves, but are for a time: then, tribulation arising, or persecution on account of the word, immediately they are offended.
World English Bible (WEB) They have no root in themselves, but are short-lived. When oppression or persecution arises because of the word, immediately they stumble.
Young's Literal Translation (YLT) and have not root in themselves, but are temporary; afterward tribulation or persecution having come because of the word, immediately they are stumbled.
Cross Reference Job 19:28 in Oriya 28 ମୋ'ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା ?
Job 27:8 in Oriya 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
Matthew 11:6 in Oriya 6 ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।
Matthew 12:31 in Oriya 31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
Matthew 13:21 in Oriya 21 ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
Matthew 24:9 in Oriya 9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।
Mark 4:5 in Oriya 5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
Luke 12:10 in Oriya 10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
1 Corinthians 10:12 in Oriya 12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ।
Galatians 6:12 in Oriya 12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।
1 Thessalonians 3:3 in Oriya 3 ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ।
2 Timothy 1:15 in Oriya 15 ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।
2 Timothy 2:17 in Oriya 17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;
2 Timothy 4:10 in Oriya 10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।
2 Timothy 4:16 in Oriya 16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
Hebrews 10:29 in Oriya 29 ତେବେ ଭାବି ଦେଖ, ଯେ ଇଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !
1 John 2:19 in Oriya 19 ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।