Mark 4:19 in Oriya 19 ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Other Translations King James Version (KJV) And the cares of this world, and the deceitfulness of riches, and the lusts of other things entering in, choke the word, and it becometh unfruitful.
American Standard Version (ASV) and the cares of the world, and the deceitfulness of riches, and the lusts of other things entering in, choke the word, and it becometh unfruitful.
Bible in Basic English (BBE) And the cares of this life, and the deceits of wealth, and the desire for other things coming in, put a stop to the growth of the word, and it gives no fruit.
Darby English Bible (DBY) and the cares of life, and the deceitfulness of riches, and the lusts of other things, entering in, choke the word, and it becomes unfruitful.
World English Bible (WEB) and the cares of this age, and the deceitfulness of riches, and the lusts of other things entering in choke the word, and it becomes unfruitful.
Young's Literal Translation (YLT) and the anxieties of this age, and the deceitfulness of the riches, and the desires concerning the other things, entering in, choke the word, and it becometh unfruitful.
Cross Reference Proverbs 23:5 in Oriya 5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
Ecclesiastes 4:8 in Oriya 8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
Ecclesiastes 5:10 in Oriya 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Isaiah 5:2 in Oriya 2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
Isaiah 5:4 in Oriya 4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?
Matthew 3:10 in Oriya 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Matthew 19:23 in Oriya 23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
Luke 10:41 in Oriya 41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
Luke 12:17 in Oriya 17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
Luke 12:29 in Oriya 29 ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
Luke 14:18 in Oriya 18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
2 Timothy 4:10 in Oriya 10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।
Hebrews 6:7 in Oriya 7 କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ୱରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
2 Peter 1:8 in Oriya 8 ଏହି ସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
Jude 1:12 in Oriya 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;