Mark 5:23 in Oriya 23 ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
Other Translations King James Version (KJV) And besought him greatly, saying, My little daughter lieth at the point of death: I pray thee, come and lay thy hands on her, that she may be healed; and she shall live.
American Standard Version (ASV) and beseecheth him much, saying, My little daughter is at the point of death: `I pray thee', that thou come and lay thy hands on her, that she may be made whole, and live.
Bible in Basic English (BBE) And made strong prayers to him, saying, My little daughter is near to death: it is my prayer that you will come and put your hands on her, so that she may be made well, and have life.
Darby English Bible (DBY) and he besought him much, saying, My little daughter is at extremity; [I pray] that thou shouldest come and lay thy hands upon her so that she may be healed, and may live.
World English Bible (WEB) and begged him much, saying, "My little daughter is at the point of death. Please come and lay your hands on her, that she may be made healthy, and live."
Young's Literal Translation (YLT) and he was calling upon him much, saying -- `My little daughter is at the last extremity -- that having come, thou mayest lay on her `thy' hands, so that she may be saved, and she shall live;'
Cross Reference 2 Samuel 12:15 in Oriya 15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
2 Kings 5:11 in Oriya 11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋ' ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
Psalm 50:15 in Oriya 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Psalm 107:19 in Oriya 19 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।
Matthew 8:3 in Oriya 3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।
Mark 6:5 in Oriya 5 ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରି ପାରିଲେ ନାହିଁ।
Mark 6:13 in Oriya 13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।
Mark 7:25 in Oriya 25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।
Mark 7:32 in Oriya 32 ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
Mark 8:23 in Oriya 23 ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ?
Mark 9:21 in Oriya 21 ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି ? ସେ କହିଲା, ପିଲାକାଳରୁ;
Mark 16:18 in Oriya 18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।
Luke 4:38 in Oriya 38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
Luke 4:40 in Oriya 40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।
Luke 7:2 in Oriya 2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।
Luke 7:12 in Oriya 12 ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ।
Luke 13:13 in Oriya 13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଇଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
John 4:46 in Oriya 46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।
John 11:3 in Oriya 3 ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
Acts 6:6 in Oriya 6 ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।
Acts 9:17 in Oriya 17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
Acts 28:8 in Oriya 8 ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଅମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
James 5:14 in Oriya 14 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।