Mark 5:7 in Oriya 7 ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଇଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଇଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
Other Translations King James Version (KJV) And cried with a loud voice, and said, What have I to do with thee, Jesus, thou Son of the most high God? I adjure thee by God, that thou torment me not.
American Standard Version (ASV) and crying out with a loud voice, he saith, What have I to do with thee, Jesus, thou Son of the Most High God? I adjure thee by God, torment me not.
Bible in Basic English (BBE) And crying out with a loud voice he said, What have I to do with you, Jesus, Son of the Most High God? In God's name, do not be cruel to me.
Darby English Bible (DBY) and crying with a loud voice he says, What have I to do with thee, Jesus, Son of the Most High God? I adjure thee by God, torment me not.
World English Bible (WEB) and crying out with a loud voice, he said, "What have I to do with you, Jesus, you Son of the Most High God? I adjure you by God, don't torment me."
Young's Literal Translation (YLT) and having called with a loud voice, he said, `What -- to me and to thee, Jesus, Son of God the Most High? I adjure thee by God, mayest thou not afflict me!'
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
1 Kings 22:16 in Oriya 16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
Hosea 14:8 in Oriya 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
Matthew 4:3 in Oriya 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Matthew 8:29 in Oriya 29 ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଇଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
Matthew 26:63 in Oriya 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଇଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ?
Mark 1:24 in Oriya 24 ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଇଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।
Mark 3:11 in Oriya 11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଇଶ୍ବରଙ୍କ ପୁତ୍ର।
Mark 14:61 in Oriya 61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ ?
Luke 1:32 in Oriya 32 ସେ ମହାନ ହେବେ ଓ ମହାନ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Luke 4:34 in Oriya 34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି।
Luke 6:35 in Oriya 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଇଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
Luke 8:28 in Oriya 28 ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଇଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି ? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
Acts 8:36 in Oriya 36 ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?
Acts 16:17 in Oriya 17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
Acts 19:13 in Oriya 13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
Hebrews 7:1 in Oriya 1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଇଶ୍ବରଙ୍କ ଯାଜକ ଥିଲେ। ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
2 Peter 2:4 in Oriya 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Revelation 12:12 in Oriya 12 ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।
Revelation 20:1 in Oriya 1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା।