Mark 8:31 in Oriya 31 ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ।
Other Translations King James Version (KJV) And he began to teach them, that the Son of man must suffer many things, and be rejected of the elders, and of the chief priests, and scribes, and be killed, and after three days rise again.
American Standard Version (ASV) And he began to teach them, that the Son of man must suffer many things, and be rejected by the elders, and the chief priests, and the scribes, and be killed, and after three days rise again.
Bible in Basic English (BBE) And teaching them, he said that the Son of man would have to undergo much, and be hated by those in authority, and the chief priests, and the scribes, and be put to death, and after three days come back from the dead.
Darby English Bible (DBY) And he began to teach them that the Son of man must suffer many things, and be rejected of the elders and of the chief priests and of the scribes, and be killed, and after three days rise [again].
World English Bible (WEB) He began to teach them that the Son of Man must suffer many things, and be rejected by the elders, the chief priests, and the scribes, and be killed, and after three days rise again.
Young's Literal Translation (YLT) and began to teach them, that it behoveth the Son of Man to suffer many things, and to be rejected by the elders, and chief priests, and scribes, and to be killed, and after three days to rise again;
Cross Reference 1 Samuel 8:7 in Oriya 7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
1 Samuel 10:19 in Oriya 19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର, ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।
Psalm 118:22 in Oriya 22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Isaiah 53:3 in Oriya 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Hosea 6:2 in Oriya 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Jonah 1:17 in Oriya 17 ପୁଣି, ଯୂନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।
Matthew 12:40 in Oriya 40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
Matthew 16:21 in Oriya 21 ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ।
Matthew 17:22 in Oriya 22 ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
Matthew 20:17 in Oriya 17 ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
Matthew 21:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?
Mark 9:31 in Oriya 31 କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
Mark 10:33 in Oriya 33 ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
Mark 12:10 in Oriya 10 ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
Luke 9:22 in Oriya 22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ।
Luke 17:25 in Oriya 25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ।
Luke 18:31 in Oriya 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
Luke 24:6 in Oriya 6 ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି। ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
Luke 24:26 in Oriya 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 2:19 in Oriya 19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
John 12:48 in Oriya 48 ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।
Acts 3:13 in Oriya 13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
Acts 7:35 in Oriya 35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
1 Corinthians 15:4 in Oriya 4 ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;