Mark 8:33 in Oriya 33 କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଇଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।
Other Translations King James Version (KJV) But when he had turned about and looked on his disciples, he rebuked Peter, saying, Get thee behind me, Satan: for thou savourest not the things that be of God, but the things that be of men.
American Standard Version (ASV) But he turning about, and seeing his disciples, rebuked Peter, and saith, Get thee behind me, Satan; for thou mindest not the things of God, but the things of men.
Bible in Basic English (BBE) But he, turning about, and seeing his disciples, said sharply to Peter, Get out of my way, Satan: for your mind is not on the things of God, but on the things of men.
Darby English Bible (DBY) But he, turning round and seeing his disciples, rebuked Peter, saying, Get away behind me, Satan, for thy mind is not on the things that are of God, but on the things that are of men.
World English Bible (WEB) But he, turning around, and seeing his disciples, rebuked Peter, and said, "Get behind me, Satan! For you have in mind not the things of God, but the things of men."
Young's Literal Translation (YLT) and he, having turned, and having looked on his disciples, rebuked Peter, saying, `Get behind me, Adversary, because thou dost not mind the things of God, but the things of men.'
Cross Reference Genesis 3:4 in Oriya 4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
Leviticus 19:17 in Oriya 17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
2 Samuel 19:22 in Oriya 22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ'ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ ? ଆଜି ଇସ୍ରାଏଲ ମଧ୍ୟରେ କ'ଣ କାହାରି ପ୍ରାଣଦଣ୍ଡ ହେବ ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ'ଣ ମୁଁ ଜାଣୁ ନାହିଁ ?”
Job 2:10 in Oriya 10 ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କ'ଣ ଗ୍ରହଣ କରିବା ନାହିଁ ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
Psalm 141:5 in Oriya 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ' ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ' ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
Proverbs 9:8 in Oriya 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Matthew 4:10 in Oriya 10 ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।
Matthew 6:31 in Oriya 31 ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ।
Matthew 15:23 in Oriya 23 କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
Mark 3:5 in Oriya 5 ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ। ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
Mark 3:34 in Oriya 34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ।
Luke 4:8 in Oriya 8 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।
Luke 9:55 in Oriya 55 କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।
Luke 22:61 in Oriya 61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
Romans 8:5 in Oriya 5 କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
1 Corinthians 5:5 in Oriya 5 ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ୍, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
Philippians 3:19 in Oriya 19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
1 Timothy 5:20 in Oriya 20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି।
Titus 1:13 in Oriya 13 ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୂଦୀୟ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
James 3:15 in Oriya 15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।