Matthew 1:20 in Oriya 20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Other Translations King James Version (KJV) But while he thought on these things, behold, the angel of the LORD appeared unto him in a dream, saying, Joseph, thou son of David, fear not to take unto thee Mary thy wife: for that which is conceived in her is of the Holy Ghost.
American Standard Version (ASV) But when he thought on these things, behold, an angel of the Lord appeared unto him in a dream, saying, Joseph, thou son of David, fear not to take unto thee Mary thy wife: for that which is conceived in her is of the Holy Spirit.
Bible in Basic English (BBE) But when he was giving thought to these things, an angel of the Lord came to him in a dream, saying, Joseph, son of David, have no fear of taking Mary as your wife; because that which is in her body is of the Holy Spirit.
Darby English Bible (DBY) but while he pondered on these things, behold, an angel of [the] Lord appeared to him in a dream, saying, Joseph, son of David, fear not to take to [thee] Mary, thy wife, for that which is begotten in her is of [the] Holy Spirit.
World English Bible (WEB) But when he thought about these things, behold, an angel of the Lord appeared to him in a dream, saying, "Joseph, son of David, don't be afraid to take to yourself Mary, your wife, for that which is conceived in her is of the Holy Spirit.
Young's Literal Translation (YLT) And on his thinking of these things, lo, a messenger of the Lord in a dream appeared to him, saying, `Joseph, son of David, thou mayest not fear to receive Mary thy wife, for that which in her was begotten `is' of the Holy Spirit,
Cross Reference Genesis 31:11 in Oriya 11 ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”
Genesis 46:3 in Oriya 3 ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Judges 13:3 in Oriya 3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
Judges 13:8 in Oriya 8 ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।
1 Kings 17:13 in Oriya 13 ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋ' ପାଇଁ ଗୋଟିଏ ସାନ ପିଠା କରି ମୋ' ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
Job 4:13 in Oriya 13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
Job 33:15 in Oriya 15 ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
Psalm 25:8 in Oriya 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
Psalm 94:19 in Oriya 19 ମୋ' ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ' ପ୍ରାଣକୁ ଆହ୍ଲାଦିତ କରେ।
Psalm 119:125 in Oriya 125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ- ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
Psalm 143:8 in Oriya 8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
Proverbs 3:5 in Oriya 5 ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
Proverbs 12:5 in Oriya 5 ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
Isaiah 7:2 in Oriya 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
Isaiah 7:13 in Oriya 13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ' ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 30:21 in Oriya 21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Jeremiah 31:22 in Oriya 22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
Jeremiah 33:26 in Oriya 26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
Jeremiah 40:9 in Oriya 9 ପୁଣି, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Joel 2:28 in Oriya 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Matthew 1:18 in Oriya 18 ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
Matthew 2:13 in Oriya 13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
Matthew 2:19 in Oriya 19 ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
Matthew 2:22 in Oriya 22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
Matthew 28:5 in Oriya 5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ।
Luke 1:10 in Oriya 10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
Luke 1:19 in Oriya 19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଇଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
Luke 1:26 in Oriya 26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଇଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ;
Luke 2:4 in Oriya 4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
Luke 2:8 in Oriya 8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।