Matthew 10:1 in Oriya 1 ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
Other Translations King James Version (KJV) And when he had called unto him his twelve disciples, he gave them power against unclean spirits, to cast them out, and to heal all manner of sickness and all manner of disease.
American Standard Version (ASV) And he called unto him his twelve disciples, and gave them authority over unclean spirits, to cast them out, and to heal all manner of disease and all manner of sickness.
Bible in Basic English (BBE) And he got together his twelve disciples and gave them the power of driving out unclean spirits, and of making well all sorts of disease and pain.
Darby English Bible (DBY) And having called to [him] his twelve disciples, he gave them power over unclean spirits, so that they should cast them out, and heal every disease and every bodily weakness.
World English Bible (WEB) He called to himself his twelve disciples, and gave them authority over unclean spirits, to cast them out, and to heal every disease and every sickness.
Young's Literal Translation (YLT) And having called to him his twelve disciples, he gave to them power over unclean spirits, so as to be casting them out, and to be healing every sickness, and every malady.
Cross Reference Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Matthew 26:20 in Oriya 20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।
Matthew 26:47 in Oriya 47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Mark 3:13 in Oriya 13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
Mark 6:7 in Oriya 7 ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ଦ୍ୱାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
Mark 16:17 in Oriya 17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Luke 6:13 in Oriya 13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
Luke 9:1 in Oriya 1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
Luke 10:19 in Oriya 19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Luke 21:15 in Oriya 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।
Luke 24:49 in Oriya 49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।
John 3:27 in Oriya 27 ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ।
John 3:35 in Oriya 35 ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
John 6:70 in Oriya 70 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କ'ଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।
John 17:2 in Oriya 2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ।
John 20:21 in Oriya 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 3:15 in Oriya 15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Acts 19:15 in Oriya 15 ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?
Revelation 12:1 in Oriya 1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।
Revelation 21:12 in Oriya 12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।