Matthew 10:19 in Oriya 19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କ'ଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।
Other Translations King James Version (KJV) But when they deliver you up, take no thought how or what ye shall speak: for it shall be given you in that same hour what ye shall speak.
American Standard Version (ASV) But when they deliver you up, be not anxious how or what ye shall speak: for it shall be given you in that hour what ye shall speak.
Bible in Basic English (BBE) But when you are given up into their hands, do not be troubled about what to say or how to say it: for in that hour what you are to say will be given to you;
Darby English Bible (DBY) But when they deliver you up, be not careful how or what ye shall speak; for it shall be given to you in that hour what ye shall speak.
World English Bible (WEB) But when they deliver you up, don't be anxious how or what you will say, for it will be given you in that hour what you will say.
Young's Literal Translation (YLT) `And whenever they may deliver you up, be not anxious how or what ye may speak, for it shall be given you in that hour what ye shall speak;
Cross Reference Exodus 4:12 in Oriya 12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
Exodus 4:15 in Oriya 15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
Jeremiah 1:7 in Oriya 7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Jeremiah 1:9 in Oriya 9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
Daniel 3:16 in Oriya 16 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
Matthew 6:25 in Oriya 25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?
Matthew 6:31 in Oriya 31 ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ।
Matthew 6:34 in Oriya 34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
Mark 13:11 in Oriya 11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
Luke 12:11 in Oriya 11 ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
Luke 21:12 in Oriya 12 କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
Acts 4:8 in Oriya 8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Acts 5:29 in Oriya 29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଇଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
Acts 6:10 in Oriya 10 ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
Acts 26:2 in Oriya 2 ହେ ରାଜନ ଆଗ୍ରିପ୍ପା, ଯିହୂଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣଙ୍କୁ ସମୃଦ୍ଧିମାନ ମନେ କରୁଅଛି,
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।