Matthew 10:2 in Oriya 2 ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
Other Translations King James Version (KJV) Now the names of the twelve apostles are these; The first, Simon, who is called Peter, and Andrew his brother; James the son of Zebedee, and John his brother;
American Standard Version (ASV) Now the names of the twelve apostles are these: The first, Simon, who is called Peter, and Andrew his brother; James the `son' of Zebedee, and John his brother;
Bible in Basic English (BBE) Now the names of the twelve are these: The first, Simon, who is named Peter, and Andrew, his brother; James, the son of Zebedee, and John, his brother;
Darby English Bible (DBY) Now the names of the twelve apostles are these: first, Simon, who was called Peter, and Andrew his brother; James the [son] of Zebedee, and John his brother;
World English Bible (WEB) Now the names of the twelve apostles are these. The first, Simon, who is called Peter; Andrew, his brother; James the son of Zebedee; John, his brother;
Young's Literal Translation (YLT) And of the twelve apostles the names are these: first, Simon, who is called Peter, and Andrew his brother; James of Zebedee, and John his brother;
Cross Reference Matthew 4:18 in Oriya 18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Matthew 4:21 in Oriya 21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
Matthew 17:1 in Oriya 1 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
Matthew 20:20 in Oriya 20 ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
Matthew 26:37 in Oriya 37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।
Mark 1:16 in Oriya 16 ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Mark 1:29 in Oriya 29 ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଅାନ୍ଦ୍ରିୟଙ୍କ ଗୃହକୁ ଗଲେ।
Mark 3:16 in Oriya 16 ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
Mark 13:3 in Oriya 3 ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
Luke 5:10 in Oriya 10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।
Luke 6:13 in Oriya 13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
Luke 9:10 in Oriya 10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ।
Luke 11:49 in Oriya 49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
Luke 22:8 in Oriya 8 ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।
Luke 22:14 in Oriya 14 ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ।
John 1:40 in Oriya 40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ।
John 6:8 in Oriya 8 ଶିମୋନ ପିତରଙ୍କର ଭାଇ ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
John 12:22 in Oriya 22 ଫିଲିପ୍ପ ଯାଇ ଆନ୍ଦ୍ରୀୟଙ୍କୁ କହିଲେ, ପୁଣି, ଆନ୍ଦ୍ରୀୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ।
John 13:23 in Oriya 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
John 20:2 in Oriya 2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।
John 21:2 in Oriya 2 ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ।
John 21:20 in Oriya 20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
John 21:24 in Oriya 24 ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
Acts 1:13 in Oriya 13 ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Acts 1:26 in Oriya 26 ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।
Acts 3:1 in Oriya 1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Acts 12:2 in Oriya 2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ଼୍ଗରେ ବଧ କଲେ।
1 Corinthians 15:7 in Oriya 7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Hebrews 3:1 in Oriya 1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
1 Peter 1:1 in Oriya 1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,
2 Peter 1:1 in Oriya 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
1 John 1:3 in Oriya 3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
2 John 1:1 in Oriya 1 ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।
3 John 1:1 in Oriya 1 ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
Revelation 1:1 in Oriya 1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।
Revelation 1:9 in Oriya 9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଇଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।
Revelation 22:8 in Oriya 8 ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।