Matthew 10:23 in Oriya 23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
Other Translations King James Version (KJV) But when they persecute you in this city, flee ye into another: for verily I say unto you, Ye shall not have gone over the cities of Israel, till the Son of man be come.
American Standard Version (ASV) But when they persecute you in this city, flee into the next: for verily I say unto you, Ye shall not have gone through the cities of Israel, till the Son of man be come.
Bible in Basic English (BBE) But when they are cruel to you in one town, go in flight to another: for truly, I say to you, You will not have gone through the towns of Israel before the Son of man comes.
Darby English Bible (DBY) But when they persecute you in this city, flee to the other; for verily I say to you, Ye shall not have completed the cities of Israel until the Son of man be come.
World English Bible (WEB) But when they persecute you in this city, flee into the next, for most assuredly I tell you, you will not have gone through the cities of Israel, until the Son of Man has come.
Young's Literal Translation (YLT) `And whenever they may persecute you in this city, flee to the other, for verily I say to you, ye may not have completed the cities of Israel till the Son of Man may come.
Cross Reference Matthew 2:13 in Oriya 13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
Matthew 4:12 in Oriya 12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
Matthew 12:14 in Oriya 14 କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।
Matthew 16:28 in Oriya 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Matthew 24:27 in Oriya 27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।
Matthew 24:30 in Oriya 30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Matthew 24:48 in Oriya 48 କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
Matthew 25:13 in Oriya 13 ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।
Matthew 26:64 in Oriya 64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।
Mark 13:26 in Oriya 26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
Luke 4:29 in Oriya 29 ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
Luke 18:8 in Oriya 8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?
Luke 21:27 in Oriya 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
John 7:1 in Oriya 1 ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।
John 10:39 in Oriya 39 ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।
John 11:53 in Oriya 53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।
Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Acts 9:24 in Oriya 24 କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ,
Acts 13:50 in Oriya 50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Acts 14:6 in Oriya 6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Acts 14:19 in Oriya 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
Acts 17:10 in Oriya 10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ।
Acts 17:14 in Oriya 14 ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
Acts 20:1 in Oriya 1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ