Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Other Translations King James Version (KJV) And fear not them which kill the body, but are not able to kill the soul: but rather fear him which is able to destroy both soul and body in hell.
American Standard Version (ASV) And be not afraid of them that kill the body, but are not able to kill the soul: but rather fear him who is able to destroy both soul and body in hell.
Bible in Basic English (BBE) And have no fear of those who put to death the body, but are not able to put to death the soul. But have fear of him who has power to give soul and body to destruction in hell.
Darby English Bible (DBY) And be not afraid of those who kill the body, but cannot kill the soul; but fear rather him who is able to destroy both soul and body in hell.
World English Bible (WEB) Don't be afraid of those who kill the body, but are not able to kill the soul. Rather, fear him who is able to destroy both soul and body in Gehenna.
Young's Literal Translation (YLT) `And be not afraid of those killing the body, and are not able to kill the soul, but fear rather Him who is able both soul and body to destroy in gehenna.
Cross Reference Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Ecclesiastes 5:7 in Oriya 7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Isaiah 8:12 in Oriya 12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Jeremiah 5:22 in Oriya 22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।
Daniel 3:10 in Oriya 10 ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
Matthew 5:22 in Oriya 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
Matthew 10:26 in Oriya 26 ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 12:4 in Oriya 4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
Luke 16:22 in Oriya 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
John 5:29 in Oriya 29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।
Acts 20:23 in Oriya 23 ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି
Acts 21:13 in Oriya 13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
2 Timothy 4:6 in Oriya 6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
Hebrews 10:31 in Oriya 31 ଜୀବିତ ଇଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।
Hebrews 11:35 in Oriya 35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
James 4:12 in Oriya 12 ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ ?
1 Peter 3:14 in Oriya 14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।