Matthew 10:41 in Oriya 41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Other Translations King James Version (KJV) He that receiveth a prophet in the name of a prophet shall receive a prophet's reward; and he that receiveth a righteous man in the name of a righteous man shall receive a righteous man's reward.
American Standard Version (ASV) He that receiveth a prophet in the name of a prophet shall receive a prophet's reward: and he that receiveth a righteous man in the name of a righteous man shall receive a righteous man's reward.
Bible in Basic English (BBE) He who gives honour to a prophet, in the name of a prophet, will be given a prophet's reward; and he who gives honour to an upright man, in the name of an upright man, will be given an upright man's reward.
Darby English Bible (DBY) He that receives a prophet in the name of a prophet, shall receive a prophet's reward; and he that receives a righteous man in the name of a righteous man, shall receive a righteous man's reward.
World English Bible (WEB) He who receives a prophet in the name of a prophet will receive a prophet's reward: and he who receives a righteous man in the name of a righteous man will receive a righteous man's reward.
Young's Literal Translation (YLT) he who is receiving a prophet in the name of a prophet, shall receive a prophet's reward, and he who is receiving a righteous man in the name of a righteous man, shall receive a righteous man's reward,
Cross Reference Genesis 20:7 in Oriya 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
1 Kings 17:9 in Oriya 9 ଯଥା, ଉଠ, ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।
1 Kings 17:20 in Oriya 20 ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୁ, ମୋ' ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କ'ଣ ଅମଙ୍ଗଳ ଘଟାଇଲ ?”
1 Kings 18:3 in Oriya 3 ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
2 Kings 4:8 in Oriya 8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୁନେମକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
2 Kings 4:16 in Oriya 16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
2 Kings 4:32 in Oriya 32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Matthew 6:1 in Oriya 1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
Matthew 6:4 in Oriya 4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଇଶ୍ଵର ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Matthew 6:6 in Oriya 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Matthew 6:18 in Oriya 18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Luke 14:13 in Oriya 13 କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
Acts 16:15 in Oriya 15 ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
Romans 16:1 in Oriya 1 କେଙ୍କ୍ରେୟାସ୍ଥ ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
Romans 16:23 in Oriya 23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Corinthians 9:17 in Oriya 17 କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
2 Timothy 1:16 in Oriya 16 ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି,
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
2 John 1:8 in Oriya 8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।
3 John 1:5 in Oriya 5 ପ୍ରିୟ ବନ୍ଧୁ, ତୁମ୍ଭେ ଭ୍ରାତୃଗଣ, ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।