Matthew 10:5 in Oriya 5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
Other Translations King James Version (KJV) These twelve Jesus sent forth, and commanded them, saying, Go not into the way of the Gentiles, and into any city of the Samaritans enter ye not:
American Standard Version (ASV) These twelve Jesus sent forth, and charged them, saying, Go not into `any' way of the Gentiles, and enter not into any city of the Samaritans:
Bible in Basic English (BBE) These twelve Jesus sent out and gave them orders, saying, Do not go among the Gentiles, or into any town of Samaria,
Darby English Bible (DBY) These twelve Jesus sent out when he had charged them, saying, Go not off into [the] way of [the] nations, and into a city of Samaritans enter ye not;
World English Bible (WEB) Jesus sent these twelve out, and charged them, saying, "Don't go among the Gentiles, and don't enter into any city of the Samaritans.
Young's Literal Translation (YLT) These twelve did Jesus send forth, having given command to them, saying, `To the way of the nations go not away, and into a city of the Samaritans go not in,
Cross Reference 2 Kings 17:24 in Oriya 24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
Matthew 4:15 in Oriya 15 ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦନର ଅପର ପାର୍ଶ୍ୱସ୍ଥ ଅଣଯିହୂଦୀମାନଙ୍କ ଗାଲିଲୀ,
Matthew 22:3 in Oriya 3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
Luke 9:2 in Oriya 2 ଆଉ ସେ ସେମାନଙ୍କୁ ଇଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
Luke 9:52 in Oriya 52 ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
Luke 10:1 in Oriya 1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।
Luke 10:33 in Oriya 33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
Luke 17:16 in Oriya 16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
John 4:5 in Oriya 5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
John 4:9 in Oriya 9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି ? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ।
John 4:20 in Oriya 20 ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ୍, ତାହା ଯିରୂଶାଲମରେ ଅଛି।
John 4:22 in Oriya 22 ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ।
John 4:39 in Oriya 39 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
John 7:35 in Oriya 35 ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
John 8:48 in Oriya 48 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
John 20:21 in Oriya 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Acts 8:5 in Oriya 5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।
Acts 10:45 in Oriya 45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Romans 15:8 in Oriya 8 କାରଣ ମୁଁ କହେ, ଖ୍ରୀଷ୍ଟ, ଇଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।