Matthew 11:11 in Oriya 11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
Other Translations King James Version (KJV) Verily I say unto you, Among them that are born of women there hath not risen a greater than John the Baptist: notwithstanding he that is least in the kingdom of heaven is greater than he.
American Standard Version (ASV) Verily I say unto you, Among them that are born of women there hath not arisen a greater than John the Baptist: yet he that is but little in the kingdom of heaven is greater than he.
Bible in Basic English (BBE) Truly I say to you, Among the sons of women there has not been a greater than John the Baptist: but he who is least in the kingdom of heaven is greater than he.
Darby English Bible (DBY) Verily I say to you, that there is not arisen among [the] born of women a greater than John the baptist. But he who is a little one in the kingdom of the heavens is greater than he.
World English Bible (WEB) Most assuredly I tell you, among those who are born of women there has not arisen anyone greater than John the Baptizer; yet he who is least in the Kingdom of Heaven is greater than he.
Young's Literal Translation (YLT) Verily I say to you, there hath not risen, among those born of women, a greater than John the Baptist, but he who is least in the reign of the heavens is greater than he.
Cross Reference 1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
Job 14:1 in Oriya 1 ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
Job 14:4 in Oriya 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।
Job 15:14 in Oriya 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?
Job 25:4 in Oriya 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
Psalm 51:5 in Oriya 5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ' ମାତା ମୋତେ ଗର୍ଭରେ ଧାରଣ କଲା।
Isaiah 30:26 in Oriya 26 ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।
Zechariah 12:8 in Oriya 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Matthew 5:19 in Oriya 19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
Luke 1:15 in Oriya 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Luke 7:28 in Oriya 28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଇଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।
Luke 9:48 in Oriya 48 ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।
John 1:15 in Oriya 15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
John 1:27 in Oriya 27 ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
John 3:30 in Oriya 30 ସେ ଅବଶ୍ୟ ବୃଦ୍ଧି ହେଉନ୍ତୁ, ପୁଣି ମୁଁ ହ୍ରାସ ହେବି।
John 5:35 in Oriya 35 ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।
John 7:39 in Oriya 39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
John 10:41 in Oriya 41 ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହି ସବୁ ସତ୍ୟ;
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 6:4 in Oriya 4 ତେବେ ଐହିକ ଜୀବନର କଥା ବା କ'ଣ ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କ'ଣ ବିଚାର କରିବା ନିମନ୍ତେ ନିଯୁକ୍ତ କର ?
1 Corinthians 15:9 in Oriya 9 କାରଣ ଇଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Ephesians 2:3 in Oriya 3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Colossians 1:26 in Oriya 26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
2 Timothy 1:10 in Oriya 10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
Hebrews 11:40 in Oriya 40 ଯେଣୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧି ଲାଭ ନ କରନ୍ତି।
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।