Matthew 11:21 in Oriya 21 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।
Other Translations King James Version (KJV) Woe unto thee, Chorazin! woe unto thee, Bethsaida! for if the mighty works, which were done in you, had been done in Tyre and Sidon, they would have repented long ago in sackcloth and ashes.
American Standard Version (ASV) Woe unto thee, Chorazin! woe unto thee, Bethsaida! for if the mighty works had been done in Tyre and Sidon which were done in you, they would have repented long ago in sackcloth and ashes.
Bible in Basic English (BBE) Unhappy are you, Chorazin! Unhappy are you, Beth-saida! For if the works of power which were done in you had been done in Tyre and Sidon, they would have been turned from their sins in days gone by, clothing themselves in haircloth and putting dust on their heads.
Darby English Bible (DBY) Woe to thee, Chorazin! woe to thee Bethsaida! for if the works of power which have taken place in you, had taken place in Tyre and Sidon, they had long ago repented in sackcloth and ashes.
World English Bible (WEB) "Woe to you, Chorazin! Woe to you, Bethsaida! For if the mighty works had been done in Tyre and Sidon which were done in you, they would have repented long ago in sackcloth and ashes.
Young's Literal Translation (YLT) `Wo to thee, Chorazin! wo to thee, Bethsaida! because, if in Tyre and Sidon had been done the mighty works that were done in you, long ago in sackcloth and ashes they had reformed;
Cross Reference Job 42:6 in Oriya 6 ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।
Jeremiah 13:27 in Oriya 27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?
Ezekiel 3:6 in Oriya 6 ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
Matthew 11:22 in Oriya 22 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
Matthew 12:41 in Oriya 41 ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
Matthew 15:21 in Oriya 21 ଯୀଶୁ ସେଇ ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
Matthew 18:7 in Oriya 7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 26:24 in Oriya 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Mark 3:8 in Oriya 8 ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
Mark 6:45 in Oriya 45 ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
Mark 7:24 in Oriya 24 ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।
Mark 7:31 in Oriya 31 ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲୀ ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।
Mark 8:22 in Oriya 22 ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।
Luke 4:26 in Oriya 26 ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।
Luke 6:17 in Oriya 17 ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
Luke 9:10 in Oriya 10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ।
Luke 10:13 in Oriya 13 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
John 1:44 in Oriya 44 ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା।
John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
John 12:21 in Oriya 21 ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।
Acts 12:20 in Oriya 20 ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।
Acts 13:44 in Oriya 44 ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଇଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।
Acts 27:3 in Oriya 3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।
Acts 28:25 in Oriya 25 ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।