Matthew 11:5 in Oriya 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Other Translations King James Version (KJV) The blind receive their sight, and the lame walk, the lepers are cleansed, and the deaf hear, the dead are raised up, and the poor have the gospel preached to them.
American Standard Version (ASV) the blind receive their sight, and the lame walk, the lepers are cleansed, and the deaf hear, and the dead are raised up, and the poor have good tidings preached to them.
Bible in Basic English (BBE) The blind see; those who were not able to, are walking; lepers are made clean; those who were without hearing, now have their ears open; the dead come to life again, and the poor have the good news given to them.
Darby English Bible (DBY) Blind [men] see and lame walk; lepers are cleansed, and deaf hear; and dead are raised, and poor have glad tidings preached to them:
World English Bible (WEB) the blind receive their sight, the lame walk, the lepers are cleansed, the deaf hear, the dead are raised up, and the poor have good news preached to them.
Young's Literal Translation (YLT) blind receive sight, and lame walk, lepers are cleansed, and deaf hear, dead are raised, and poor have good news proclaimed,
Cross Reference 2 Kings 5:7 in Oriya 7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ' ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
2 Kings 5:14 in Oriya 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
Psalm 22:26 in Oriya 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
Psalm 72:12 in Oriya 12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
Psalm 146:8 in Oriya 8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
Isaiah 29:18 in Oriya 18 ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
Isaiah 35:4 in Oriya 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
Isaiah 42:6 in Oriya 6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
Isaiah 43:8 in Oriya 8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Zechariah 11:7 in Oriya 7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 8:1 in Oriya 1 ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।
Matthew 9:24 in Oriya 24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Matthew 9:30 in Oriya 30 ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ।
Matthew 10:8 in Oriya 8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
Matthew 15:30 in Oriya 30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।
Matthew 21:14 in Oriya 14 ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ।
Mark 7:37 in Oriya 37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
Mark 9:25 in Oriya 25 ପରେ ଲୋକସମୂହ ଏକତ୍ର ଦୌଡ଼ିଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
Luke 7:14 in Oriya 14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।
Luke 7:21 in Oriya 21 ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ।
John 2:23 in Oriya 23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟ କର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 5:36 in Oriya 36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 10:25 in Oriya 25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି;
John 10:38 in Oriya 38 କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର।
John 11:43 in Oriya 43 ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ।
John 14:11 in Oriya 11 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।
Acts 2:22 in Oriya 22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
Acts 3:2 in Oriya 2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
Acts 4:9 in Oriya 9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ?
Acts 14:8 in Oriya 8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?