Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Other Translations King James Version (KJV) When any one heareth the word of the kingdom, and understandeth it not, then cometh the wicked one, and catcheth away that which was sown in his heart. This is he which received seed by the way side.
American Standard Version (ASV) When any one heareth the word of the kingdom, and understandeth it not, `then' cometh the evil `one', and snatcheth away that which hath been sown in his heart. This is he that was sown by the way side.
Bible in Basic English (BBE) When the word of the kingdom comes to anyone, and the sense of it is not clear to him, then the Evil One comes, and quickly takes away that which was put in his heart. He is the seed dropped by the wayside.
Darby English Bible (DBY) From every one who hears the word of the kingdom and does not understand [it], the wicked one comes and catches away what was sown in his heart: this is he that is sown by the wayside.
World English Bible (WEB) When anyone hears the word of the Kingdom, and doesn't understand it, the evil one comes, and snatches away that which has been sown in his heart. This is what was sown by the roadside.
Young's Literal Translation (YLT) Every one hearing the word of the reign, and not understanding -- the evil one doth come, and doth catch that which hath been sown in his heart; this is that sown by the way.
Cross Reference Proverbs 1:7 in Oriya 7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।
Proverbs 1:20 in Oriya 20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
Proverbs 2:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ;
Proverbs 17:16 in Oriya 16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
Proverbs 18:1 in Oriya 1 ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
Matthew 4:23 in Oriya 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
Matthew 5:37 in Oriya 37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Mark 4:15 in Oriya 15 ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Luke 8:11 in Oriya 11 ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଇଶ୍ବରଙ୍କ ବାକ୍ୟ,
Luke 9:2 in Oriya 2 ଆଉ ସେ ସେମାନଙ୍କୁ ଇଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
Luke 10:9 in Oriya 9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
John 8:43 in Oriya 43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।
John 18:38 in Oriya 38 ପୀଲାତ ତାହାଙ୍କୁ କହିଲେ, ସତ୍ୟ କ'ଣ ? ଏହା କହି ସେ ପୁଣି, ଯିହୂଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।
Acts 17:32 in Oriya 32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
Acts 18:15 in Oriya 15 ମାତ୍ର ଯଦି ଏହି ସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହି ସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।
Acts 20:25 in Oriya 25 ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଇଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
Acts 24:25 in Oriya 25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Acts 25:19 in Oriya 19 କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।
Acts 26:31 in Oriya 31 ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।
Acts 28:23 in Oriya 23 ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଇଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 2:8 in Oriya 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
2 Corinthians 4:2 in Oriya 2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଇଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଇଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
2 Thessalonians 2:12 in Oriya 12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହୁଅନ୍ତି।
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
1 John 2:13 in Oriya 13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।