Matthew 13:22 in Oriya 22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Other Translations King James Version (KJV) He also that received seed among the thorns is he that heareth the word; and the care of this world, and the deceitfulness of riches, choke the word, and he becometh unfruitful.
American Standard Version (ASV) And he that was sown among the thorns, this is he that heareth the word; and the care of the world, and the deceitfulness of riches, choke the word, and he becometh unfruitful.
Bible in Basic English (BBE) And that which was dropped among the thorns, this is he who has the word; and the cares of this life, and the deceits of wealth, put a stop to the growth of the word and it gives no fruit.
Darby English Bible (DBY) And he that is sown among the thorns -- this is he who hears the word, and the anxious care of this life, and the deceit of riches choke the word, and he becomes unfruitful.
World English Bible (WEB) What was sown among the thorns, this is he who hears the word, but the cares of this age and the deceitfulness of riches choke the word, and he becomes unfruitful.
Young's Literal Translation (YLT) `And that sown toward the thorns, this is he who is hearing the word, and the anxiety of this age, and the deceitfulness of the riches, do choke the word, and it becometh unfruitful.
Cross Reference Genesis 13:10 in Oriya 10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Joshua 7:20 in Oriya 20 ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।
2 Kings 5:20 in Oriya 20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋ' ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
Psalm 52:7 in Oriya 7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।
Psalm 62:10 in Oriya 10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
Proverbs 11:28 in Oriya 28 ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
Proverbs 23:5 in Oriya 5 ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
Ecclesiastes 4:8 in Oriya 8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
Ecclesiastes 5:10 in Oriya 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Ecclesiastes 5:13 in Oriya 13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
Jeremiah 4:3 in Oriya 3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।'”
Matthew 6:24 in Oriya 24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ।
Matthew 13:7 in Oriya 7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବାଡ଼ହୋଇ ସେଗୁଡ଼ିକୁ ଚାପି ପକାଇଲା।
Matthew 19:16 in Oriya 16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?
Mark 4:18 in Oriya 18 ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
Mark 10:23 in Oriya 23 ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ !
Luke 8:14 in Oriya 14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 12:21 in Oriya 21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଇଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।
Luke 12:29 in Oriya 29 ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
Luke 14:16 in Oriya 16 କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
Luke 18:24 in Oriya 24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରନ୍ତି !
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Acts 5:1 in Oriya 1 ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ।
Acts 8:18 in Oriya 18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
2 Timothy 4:10 in Oriya 10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।