Matthew 13:44 in Oriya 44 ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।
Other Translations King James Version (KJV) Again, the kingdom of heaven is like unto treasure hid in a field; the which when a man hath found, he hideth, and for joy thereof goeth and selleth all that he hath, and buyeth that field.
American Standard Version (ASV) The kingdom of heaven is like unto a treasure hidden in the field; which a man found, and hid; and in his joy he goeth and selleth all that he hath, and buyeth that field.
Bible in Basic English (BBE) The kingdom of heaven is like a secret store of wealth in a field, which a man came across and put back again; and in his joy he goes and gives all he has, to get that field.
Darby English Bible (DBY) The kingdom of the heavens is like a treasure hid in the field, which a man having found has hid, and for the joy of it goes and sells all whatever he has, and buys that field.
World English Bible (WEB) "Again, the Kingdom of Heaven is like a treasure hidden in the field, which a man found, and hid. In his joy, he goes and sells all that he has, and buys that field.
Young's Literal Translation (YLT) `Again, the reign of the heavens is like to treasure hid in the field, which a man having found did hide, and from his joy goeth, and all, as much as he hath, he selleth, and buyeth that field.
Cross Reference Proverbs 2:2 in Oriya 2 ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
Proverbs 16:16 in Oriya 16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
Proverbs 17:16 in Oriya 16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
Proverbs 18:1 in Oriya 1 ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
Proverbs 23:23 in Oriya 23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Matthew 6:21 in Oriya 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
Matthew 13:24 in Oriya 24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
Matthew 19:21 in Oriya 21 ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Matthew 19:27 in Oriya 27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କ'ଣ ପାଇବା ?
Matthew 19:29 in Oriya 29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Luke 14:33 in Oriya 33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
Luke 18:23 in Oriya 23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।
Luke 19:6 in Oriya 6 ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
John 6:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
Acts 2:44 in Oriya 44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
Acts 4:32 in Oriya 32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Romans 15:4 in Oriya 4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
Philippians 3:7 in Oriya 7 କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।
Colossians 2:3 in Oriya 3 ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
Colossians 3:3 in Oriya 3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
Hebrews 10:34 in Oriya 34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
Hebrews 11:24 in Oriya 24 ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ;
Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।