Matthew 13:52 in Oriya 52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।
Other Translations King James Version (KJV) Then said he unto them, Therefore every scribe which is instructed unto the kingdom of heaven is like unto a man that is an householder, which bringeth forth out of his treasure things new and old.
American Standard Version (ASV) And he said unto them, Therefore every scribe who hath been made a disciple to the kingdom of heaven is like unto a man that is a householder, who bringeth forth out of his treasure things new and old.
Bible in Basic English (BBE) And he said to them, For this reason every scribe who has become a disciple of the kingdom of heaven is like the owner of a house, who gives out from his store things new and old.
Darby English Bible (DBY) And he said to them, For this reason every scribe discipled to the kingdom of the heavens is like a man [that is] a householder who brings out of his treasure things new and old.
World English Bible (WEB) He said to them, "Therefore, every scribe who has been made a disciple in the Kingdom of Heaven is like a man who is a householder, who brings out of his treasure new and old things."
Young's Literal Translation (YLT) And he said to them, `Because of this every scribe having been discipled in regard to the reign of the heavens, is like to a man, a householder, who doth bring forth out of his treasure things new and old.'
Cross Reference Ezra 7:6 in Oriya 6 ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।
Ezra 7:10 in Oriya 10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
Ezra 7:21 in Oriya 21 ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
Proverbs 10:20 in Oriya 20 ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
Proverbs 11:30 in Oriya 30 ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ୍, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
Proverbs 15:7 in Oriya 7 ଜ୍ଞାନବାନ୍ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
Proverbs 16:20 in Oriya 20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
Proverbs 18:4 in Oriya 4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
Proverbs 22:17 in Oriya 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ୍ମାନଙ୍କ କଥା ଶୁଣ; ପୁଣି, ମୋ' ବିଦ୍ୟାରେ ଆପଣା ମନ ଲଗାଅ।
Ecclesiastes 12:9 in Oriya 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
Song of Solomon 7:13 in Oriya 13 ଦୂଦା ଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
Matthew 12:35 in Oriya 35 ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Luke 11:49 in Oriya 49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
John 13:34 in Oriya 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
2 Corinthians 3:4 in Oriya 4 ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।
2 Corinthians 4:5 in Oriya 5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
2 Corinthians 6:10 in Oriya 10 ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଇଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Ephesians 3:4 in Oriya 4 ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର;
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Colossians 1:7 in Oriya 7 ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
1 Timothy 3:6 in Oriya 6 ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
2 Timothy 3:16 in Oriya 16 ସମସ୍ତ ଶାସ୍ତ୍ର ଇଶ୍ବରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
Titus 1:9 in Oriya 9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
Titus 2:6 in Oriya 6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
1 John 2:7 in Oriya 7 ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।