Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
Other Translations King James Version (KJV) And Jesus answered and said unto him, Blessed art thou, Simon Barjona: for flesh and blood hath not revealed it unto thee, but my Father which is in heaven.
American Standard Version (ASV) And Jesus answered and said unto him, Blessed art thou, Simon Bar-jonah: for flesh and blood hath not revealed it unto thee, but my Father who is in heaven.
Bible in Basic English (BBE) And Jesus made answer and said to him, A blessing on you, Simon Bar-jonah: because this knowledge has not come to you from flesh and blood, but from my Father in heaven.
Darby English Bible (DBY) And Jesus answering said to him, Blessed art thou, Simon Bar-jona, for flesh and blood has not revealed [it] to thee, but my Father who is in the heavens.
World English Bible (WEB) Jesus answered him, "Blessed are you, Simon Bar Jonah, for flesh and blood has not revealed this to you, but my Father who is in heaven.
Young's Literal Translation (YLT) And Jesus answering said to him, `Happy art thou, Simon Bar-Jona, because flesh and blood did not reveal `it' to thee, but my Father who is in the heavens.
Cross Reference Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Matthew 13:16 in Oriya 16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
Luke 10:21 in Oriya 21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
Luke 22:32 in Oriya 32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।
John 1:42 in Oriya 42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ।
John 6:45 in Oriya 45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଇଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ। ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ।
John 17:6 in Oriya 6 ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
1 Corinthians 15:50 in Oriya 50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଇଶ୍ବରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
Galatians 1:11 in Oriya 11 କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋ' ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
Galatians 1:16 in Oriya 16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Ephesians 2:8 in Oriya 8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଇଶ୍ବରଙ୍କ ଦାନ,
Ephesians 3:5 in Oriya 5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Ephesians 3:18 in Oriya 18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Ephesians 6:12 in Oriya 12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
Colossians 1:26 in Oriya 26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 5:1 in Oriya 1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
1 John 4:15 in Oriya 15 ଯେ କେହି ଯୀଶୁଙ୍କୁ ଇଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।