Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
Other Translations King James Version (KJV) And I say also unto thee, That thou art Peter, and upon this rock I will build my church; and the gates of hell shall not prevail against it.
American Standard Version (ASV) And I also say unto thee, that thou art Peter, and upon this rock I will build my church; and the gates of Hades shall not prevail against it.
Bible in Basic English (BBE) And I say to you that you are Peter, and on this rock will my church be based, and the doors of hell will not overcome it.
Darby English Bible (DBY) And *I* also, I say unto thee that *thou* art Peter, and on this rock I will build my assembly, and hades' gates shall not prevail against it.
World English Bible (WEB) I also tell you that you are Peter,{Peter's name, Petros in Greek, is the word for a specific rock or stone.} and on this rock{Greek, petra, a rock mass or bedrock.} I will build my assembly, and the gates of Hades will not prevail against it.
Young's Literal Translation (YLT) `And I also say to thee, that thou art a rock, and upon this rock I will build my assembly, and gates of Hades shall not prevail against it;
Cross Reference Genesis 22:17 in Oriya 17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
2 Samuel 18:4 in Oriya 4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରି ଗଲେ।
Job 38:17 in Oriya 17 ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି ? ଅବା ତୁମ୍ଭେ କି ମୃତ୍ୟୁୁଛାୟାର ଦ୍ୱାରସବୁ ଦେଖିଅଛ ?
Psalm 9:13 in Oriya 13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ' ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
Psalm 69:12 in Oriya 12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ' ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
Psalm 107:18 in Oriya 18 ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Psalm 127:5 in Oriya 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
Proverbs 24:7 in Oriya 7 ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
Isaiah 28:6 in Oriya 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
Isaiah 28:16 in Oriya 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
Isaiah 38:10 in Oriya 10 ମୁଁ କହିଲି, “ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି; ମୁଁ ଆପଣା ବର୍ଷସମୂହର ଅବଶିଷ୍ଟାଂଶ ପ୍ରାପ୍ତିରୁ ବଞ୍ଚିତ ହେଲି।
Isaiah 54:17 in Oriya 17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।
Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Matthew 10:2 in Oriya 2 ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,
Matthew 11:23 in Oriya 23 ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା।
Matthew 18:17 in Oriya 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ।
John 1:42 in Oriya 42 ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
Acts 2:47 in Oriya 47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Romans 8:33 in Oriya 33 ଇଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
1 Corinthians 3:9 in Oriya 9 କାରଣ ଆମ୍ଭେମାନେ ଇଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଇଶ୍ବରଙ୍କ କ୍ଷେତ୍ର, ଇଶ୍ବରଙ୍କ ଗୃହ।
1 Corinthians 15:55 in Oriya 55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି। “ରେ ମୃତ୍ୟୁ, କାହିଁ ତୋର ଜୟ ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ ?”
Galatians 2:9 in Oriya 9 ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
Ephesians 2:19 in Oriya 19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଇଶ୍ବରଙ୍କ ପରିବାରଭୁକ୍ତ ଅଟ;
Ephesians 3:10 in Oriya 10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
Ephesians 5:25 in Oriya 25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Ephesians 5:32 in Oriya 32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
1 Timothy 3:5 in Oriya 5 (କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଇଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ ?)
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
Hebrews 3:3 in Oriya 3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 21:1 in Oriya 1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
Revelation 21:14 in Oriya 14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।