Cross Reference Genesis 32:1 in Oriya 1 ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
2 Samuel 14:28 in Oriya 28 ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।
1 Kings 22:19 in Oriya 19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
2 Kings 6:16 in Oriya 16 ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”
Esther 1:14 in Oriya 14 ଆଉ, ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ ;)
Psalm 15:4 in Oriya 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
Psalm 17:15 in Oriya 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
Psalm 34:7 in Oriya 7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
Psalm 91:11 in Oriya 11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
Zechariah 4:10 in Oriya 10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି ? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 1:20 in Oriya 20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Matthew 2:13 in Oriya 13 ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”
Matthew 2:19 in Oriya 19 ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,
Matthew 12:20 in Oriya 20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।
Matthew 18:6 in Oriya 6 କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Matthew 18:14 in Oriya 14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।
Matthew 24:31 in Oriya 31 ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।
Luke 1:19 in Oriya 19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଇଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Luke 16:22 in Oriya 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
Acts 5:19 in Oriya 19 କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
Acts 10:3 in Oriya 3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
Acts 12:7 in Oriya 7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା।
Acts 12:15 in Oriya 15 ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
Acts 12:23 in Oriya 23 ତତ୍କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Romans 14:1 in Oriya 1 ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
Romans 14:10 in Oriya 10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଇଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
Romans 14:13 in Oriya 13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
Romans 14:21 in Oriya 21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
1 Corinthians 8:8 in Oriya 8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
1 Corinthians 9:22 in Oriya 22 ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।
1 Corinthians 11:22 in Oriya 22 କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଇଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
1 Corinthians 16:11 in Oriya 11 ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋ' ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।
2 Corinthians 10:1 in Oriya 1 ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;
2 Corinthians 10:10 in Oriya 10 କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।
Galatians 4:13 in Oriya 13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି
Galatians 6:1 in Oriya 1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
1 Timothy 4:12 in Oriya 12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ୱାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
Revelation 8:2 in Oriya 2 ତତ୍ପରେ ମୁଁ ଇଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।