Matthew 18:17 in Oriya 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ।
Other Translations King James Version (KJV) And if he shall neglect to hear them, tell it unto the church: but if he neglect to hear the church, let him be unto thee as an heathen man and a publican.
American Standard Version (ASV) And if he refuse to hear them, tell it unto the church: and if he refuse to hear the church also, let him be unto thee as the Gentile and the publican.
Bible in Basic English (BBE) And if he will not give ear to them, let it come to the hearing of the church: and if he will not give ear to the church, let him be to you as a Gentile and a tax-farmer.
Darby English Bible (DBY) But if he will not listen to them, tell it to the assembly; and if also he will not listen to the assembly, let him be to thee as one of the nations and a tax-gatherer.
World English Bible (WEB) If he refuses to listen to them, tell it to the assembly. If he refuses to hear the assembly also, let him be to you as a Gentile or a tax collector.
Young's Literal Translation (YLT) `And if he may not hear them, say `it' to the assembly, and if also the assembly he may not hear, let him be to thee as the heathen man and the tax-gatherer.
Cross Reference Ezra 6:21 in Oriya 21 ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍ କରିଥିଲେ, ସେସମସ୍ତେ ଭୋଜନ କଲେ।
Ezekiel 11:12 in Oriya 12 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ।”
Matthew 5:46 in Oriya 46 ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର ? କରଗ୍ରାହୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ?
Matthew 6:7 in Oriya 7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
Matthew 11:19 in Oriya 19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।
Matthew 21:31 in Oriya 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Luke 15:1 in Oriya 1 ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ।
Luke 18:11 in Oriya 11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
Luke 19:2 in Oriya 2 ଆଉ ଦେଖ, ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।
Acts 6:1 in Oriya 1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀ ବିଶ୍ବାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
Acts 15:6 in Oriya 6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
1 Corinthians 5:3 in Oriya 3 କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,
1 Corinthians 5:9 in Oriya 9 ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
2 Corinthians 2:6 in Oriya 6 ଅଧିକାଂଶଙ୍କ ଦ୍ୱାରା ଏପରିଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;
2 Corinthians 6:14 in Oriya 14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା ? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା ?
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Ephesians 5:11 in Oriya 11 ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
2 Thessalonians 3:6 in Oriya 6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
2 Thessalonians 3:14 in Oriya 14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
2 John 1:10 in Oriya 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
3 John 1:9 in Oriya 9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।