Matthew 19:21 in Oriya 21 ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Other Translations King James Version (KJV) Jesus said unto him, If thou wilt be perfect, go and sell that thou hast, and give to the poor, and thou shalt have treasure in heaven: and come and follow me.
American Standard Version (ASV) Jesus said unto him, If thou wouldest be perfect, go, sell that which thou hast, and give to the poor, and thou shalt have treasure in heaven: and come, follow me.
Bible in Basic English (BBE) Jesus said to him, If you have a desire to be complete, go, get money for your property, and give it to the poor, and you will have wealth in heaven: and come after me.
Darby English Bible (DBY) Jesus said to him, If thou wouldest be perfect, go, sell what thou hast and give to [the] poor, and thou shalt have treasure in heaven; and come, follow me.
World English Bible (WEB) Jesus said to him, "If you want to be perfect, go, sell what you have, and give to the poor, and you will have treasure in heaven; and come, follow me."
Young's Literal Translation (YLT) Jesus said to him, `If thou dost will to be perfect, go away, sell what thou hast, and give to the poor, and thou shalt have treasure in heaven, and come, follow me.'
Cross Reference Genesis 6:9 in Oriya 9 ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Job 1:1 in Oriya 1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
Psalm 37:37 in Oriya 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
Matthew 4:19 in Oriya 19 ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
Matthew 5:19 in Oriya 19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
Matthew 5:48 in Oriya 48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
Matthew 6:19 in Oriya 19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
Matthew 9:9 in Oriya 9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Matthew 16:24 in Oriya 24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Mark 2:14 in Oriya 14 ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, ମୋହର ଅନୁଗମନ କର। ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Mark 8:34 in Oriya 34 ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Mark 10:21 in Oriya 21 ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Luke 5:27 in Oriya 27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର।
Luke 6:40 in Oriya 40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
Luke 9:23 in Oriya 23 ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Luke 12:33 in Oriya 33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
Luke 14:33 in Oriya 33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
Luke 16:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।
Luke 18:22 in Oriya 22 ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
John 12:26 in Oriya 26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।
Acts 2:45 in Oriya 45 ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
Acts 4:32 in Oriya 32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Philippians 3:12 in Oriya 12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
Hebrews 10:34 in Oriya 34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।