Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Other Translations King James Version (KJV) And Jesus said unto them, Verily I say unto you, That ye which have followed me, in the regeneration when the Son of man shall sit in the throne of his glory, ye also shall sit upon twelve thrones, judging the twelve tribes of Israel.
American Standard Version (ASV) And Jesus said unto them, Verily I say unto you, that ye who have followed me, in the regeneration when the Son of man shall sit on the throne of his glory, ye also shall sit upon twelve thrones, judging the twelve tribes of Israel.
Bible in Basic English (BBE) And Jesus said to them, Truly I say to you that in the time when all things are made new, and the Son of man is seated in his glory, you who have come after me will be seated on twelve seats, judging the twelve tribes of Israel.
Darby English Bible (DBY) And Jesus said to them, Verily I say unto you, That *ye* who have followed me, in the regeneration when the Son of man shall sit down upon his throne of glory, *ye* also shall sit on twelve thrones, judging the twelve tribes of Israel.
World English Bible (WEB) Jesus said to them, "Most assuredly I tell you that you who have followed me, in the regeneration when the Son of Man will sit on the throne of his glory, you also will sit on twelve thrones, judging the twelve tribes of Israel.
Young's Literal Translation (YLT) And Jesus said to them, `Verily I say to you, that ye who did follow me, in the regeneration, when the Son of Man may sit upon a throne of his glory, shall sit -- ye also -- upon twelve thrones, judging the twelve tribes of Israel;
Cross Reference Exodus 15:27 in Oriya 27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।
Exodus 24:4 in Oriya 4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
Exodus 28:21 in Oriya 21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
Leviticus 24:5 in Oriya 5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
Joshua 3:12 in Oriya 12 ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।
1 Kings 18:31 in Oriya 31 ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
Ezra 6:17 in Oriya 17 ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।
Isaiah 65:17 in Oriya 17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
Isaiah 66:22 in Oriya 22 “କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Matthew 20:21 in Oriya 21 ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଅଛ ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
Matthew 25:31 in Oriya 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
Luke 22:28 in Oriya 28 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ;
Acts 3:21 in Oriya 21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।
1 Corinthians 6:2 in Oriya 2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
2 Timothy 2:12 in Oriya 12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
2 Peter 3:13 in Oriya 13 ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
Revelation 2:26 in Oriya 26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 4:4 in Oriya 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
Revelation 7:4 in Oriya 4 ତାପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,
Revelation 12:1 in Oriya 1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
Revelation 20:11 in Oriya 11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
Revelation 21:5 in Oriya 5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
Revelation 21:12 in Oriya 12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।
Revelation 22:2 in Oriya 2 ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।