Matthew 2:11 in Oriya 11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
Other Translations King James Version (KJV) And when they were come into the house, they saw the young child with Mary his mother, and fell down, and worshipped him: and when they had opened their treasures, they presented unto him gifts; gold, and frankincense and myrrh.
American Standard Version (ASV) And they came into the house and saw the young child with Mary his mother; and they fell down and worshipped him; and opening their treasures they offered unto him gifts, gold and frankincense and myrrh.
Bible in Basic English (BBE) And they came into the house, and saw the young child with Mary, his mother; and falling down on their faces they gave him worship; and from their store they gave him offerings of gold, perfume, and spices.
Darby English Bible (DBY) And having come into the house they saw the little child with Mary his mother, and falling down did him homage. And having opened their treasures, they offered to him gifts, gold, and frankincense, and myrrh.
World English Bible (WEB) They came into the house and saw the young child with Mary, his mother, and they fell down and worshiped him. Opening their treasures, they offered to him gifts: gold, frankincense, and myrrh.
Young's Literal Translation (YLT) and having come to the house, they found the child with Mary his mother, and having fallen down they bowed to him, and having opened their treasures, they presented to him gifts, gold, and frankincense, and myrrh,
Cross Reference Genesis 43:11 in Oriya 11 ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
Exodus 30:23 in Oriya 23 “ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚଶତ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
Exodus 30:34 in Oriya 34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
Leviticus 6:15 in Oriya 15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
Numbers 7:14 in Oriya 14 ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Numbers 7:86 in Oriya 86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।
1 Samuel 10:27 in Oriya 27 ମାତ୍ର କେତେକ ପାପାଧମ ସନ୍ତାନ କହିଲେ, ଏଇଟା କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
1 Kings 10:2 in Oriya 2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
1 Kings 10:10 in Oriya 10 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 45:8 in Oriya 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
Psalm 72:10 in Oriya 10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜାଗଣ ଭେଟୀ ଦାନ କରିବେ।
Psalm 72:15 in Oriya 15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
Psalm 95:6 in Oriya 6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
Isaiah 60:6 in Oriya 6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Matthew 2:2 in Oriya 2 “ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।”
Matthew 4:9 in Oriya 9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
Matthew 14:33 in Oriya 33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଇଶ୍ବରଙ୍କ ପୁତ୍ର।
Luke 2:16 in Oriya 16 ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।
Luke 2:26 in Oriya 26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।
Luke 2:38 in Oriya 38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଇଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
John 5:22 in Oriya 22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି।
Acts 10:25 in Oriya 25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।
Revelation 22:8 in Oriya 8 ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।