Matthew 20:2 in Oriya 2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
Other Translations King James Version (KJV) And when he had agreed with the labourers for a penny a day, he sent them into his vineyard.
American Standard Version (ASV) And when he had agreed with the laborers for a shilling a day, he sent them into his vineyard.
Bible in Basic English (BBE) And when he had made an agreement with the workmen for a penny a day, he sent them into his vine-garden.
Darby English Bible (DBY) And having agreed with the workmen for a denarius the day, he sent them into his vineyard.
World English Bible (WEB) When he had agreed with the laborers for a denarius{A denarius is a silver Roman coin worth 1/25th of a Roman aureus. This was a common wage for a day of farm labor.} a day, he sent them into his vineyard.
Young's Literal Translation (YLT) and having agreed with the workmen for a denary a day, he sent them into his vineyard.
Cross Reference Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Deuteronomy 5:27 in Oriya 27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।
1 Samuel 2:18 in Oriya 18 ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
1 Samuel 2:26 in Oriya 26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
1 Samuel 3:1 in Oriya 1 ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
1 Samuel 3:21 in Oriya 21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
1 Samuel 16:11 in Oriya 11 ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି ? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକି କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।
1 Kings 3:6 in Oriya 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
1 Kings 18:12 in Oriya 12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
2 Chronicles 34:3 in Oriya 3 ତାଙ୍କର ଅଧିକାରର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ।
Ecclesiastes 12:1 in Oriya 1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”
Matthew 18:28 in Oriya 28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ।
Matthew 20:13 in Oriya 13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ଭାଇ, ତୋ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ ?
Matthew 22:19 in Oriya 19 ସେହି କରର ମୁଦ୍ରା ମୋତେ ଦେଖାଅ। ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ।
Luke 1:15 in Oriya 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Luke 10:35 in Oriya 35 ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
Revelation 6:6 in Oriya 6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।