Matthew 22:16 in Oriya 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
Other Translations King James Version (KJV) And they sent out unto him their disciples with the Herodians, saying, Master, we know that thou art true, and teachest the way of God in truth, neither carest thou for any man: for thou regardest not the person of men.
American Standard Version (ASV) And they send to him their disciples, with the Herodians, saying, Teacher, we know that thou art true, and teachest the way of God in truth, and carest not for any one: for thou regardest not the person of men.
Bible in Basic English (BBE) And they sent to him their disciples, with the Herodians, saying, Master, we see that you are true, and that you are teaching the true way of God, and have no fear of anyone, because you have no respect for a man's position.
Darby English Bible (DBY) And they send out to him their disciples with the Herodians, saying, Teacher, we know that thou art true and teachest the way of God in truth, and carest not for any one, for thou regardest not men's person;
World English Bible (WEB) They sent their disciples to him, along with the Herodians, saying, "Teacher, we know that you are honest, and teach the way of God in truth, no matter who you teach, for you aren't partial to anyone.
Young's Literal Translation (YLT) and they send to him their disciples with the Herodians, saying, `Teacher, we have known that thou art true, and the way of God in truth thou dost teach, and thou art not caring for any one, for thou dost not look to the face of men;
Cross Reference Deuteronomy 33:9 in Oriya 9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
1 Kings 22:14 in Oriya 14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
Job 32:21 in Oriya 21 ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।
Psalm 5:9 in Oriya 9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
Psalm 12:2 in Oriya 2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
Psalm 55:21 in Oriya 21 ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍ଗ ତୁଲ୍ୟ।
Proverbs 29:5 in Oriya 5 ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Jeremiah 9:3 in Oriya 3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।
Ezekiel 33:30 in Oriya 30 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।”
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Malachi 2:6 in Oriya 6 ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
Malachi 2:9 in Oriya 9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।
Matthew 16:11 in Oriya 11 ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।
Matthew 22:24 in Oriya 24 ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
Matthew 22:26 in Oriya 26 ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ।
Matthew 26:18 in Oriya 18 ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।
Matthew 26:49 in Oriya 49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
Mark 3:6 in Oriya 6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।
Mark 8:15 in Oriya 15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
Mark 10:17 in Oriya 17 ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
Luke 7:40 in Oriya 40 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି। ସେ କହିଲେ, ଗୁରୁ, କୁହନ୍ତୁ।
Luke 20:21 in Oriya 21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
John 7:18 in Oriya 18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
John 18:37 in Oriya 37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।
2 Corinthians 2:17 in Oriya 17 ସେହି ଅନେକ ଲୋକ ଯେପରି ଇଶ୍ବରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଇଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
2 Corinthians 4:2 in Oriya 2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଇଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଇଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।
2 Corinthians 5:16 in Oriya 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
Galatians 1:10 in Oriya 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
Galatians 2:6 in Oriya 6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
1 Thessalonians 2:4 in Oriya 4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଇଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।