Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Other Translations King James Version (KJV) But woe unto you, scribes and Pharisees, hypocrites! for ye shut up the kingdom of heaven against men: for ye neither go in yourselves, neither suffer ye them that are entering to go in.
American Standard Version (ASV) But woe unto you, scribes and Pharisees, hypocrites! because ye shut the kingdom of heaven against men: for ye enter not in yourselves, neither suffer ye them that are entering in to enter.
Bible in Basic English (BBE) But a curse is on you, scribes and Pharisees, false ones! because you are shutting the kingdom of heaven against men: for you do not go in yourselves, and those who are going in, you keep back.
Darby English Bible (DBY) But woe unto you, scribes and Pharisees, hypocrites, for ye shut up the kingdom of the heavens before men; for *ye* do not enter, nor do ye suffer those that are entering to go in.
World English Bible (WEB) "Woe to you, scribes and Pharisees, hypocrites! For you devour widows' houses, and as a pretense you make long prayers. Therefore you will receive greater condemnation.
Young's Literal Translation (YLT) `Wo to you, Scribes and Pharisees, hypocrites! because ye shut up the reign of the heavens before men, for ye do not go in, nor those going in do ye suffer to enter.
Cross Reference Isaiah 9:14 in Oriya 14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Zechariah 11:17 in Oriya 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।
Matthew 21:31 in Oriya 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 23:23 in Oriya 23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ୍।
Matthew 23:25 in Oriya 25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
Matthew 23:27 in Oriya 27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
Matthew 23:29 in Oriya 29 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ,
Luke 11:43 in Oriya 43 ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
Luke 11:52 in Oriya 52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।
John 7:46 in Oriya 46 ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
John 9:22 in Oriya 22 ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ।
John 9:24 in Oriya 24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
John 9:34 in Oriya 34 ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ।
Acts 4:17 in Oriya 17 କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
Acts 5:28 in Oriya 28 “ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ,” ତଥାପି “ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।”
Acts 5:40 in Oriya 40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ।
Acts 8:1 in Oriya 1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
Acts 13:8 in Oriya 8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
2 Timothy 3:8 in Oriya 8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
2 Timothy 4:15 in Oriya 15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।