Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Other Translations King James Version (KJV) O Jerusalem, Jerusalem, thou that killest the prophets, and stonest them which are sent unto thee, how often would I have gathered thy children together, even as a hen gathereth her chickens under her wings, and ye would not!
American Standard Version (ASV) O Jerusalem, Jerusalem, that killeth the prophets, and stoneth them that are sent unto her! how often would I have gathered thy children together, even as a hen gathereth her chickens under her wings, and ye would not!
Bible in Basic English (BBE) O Jerusalem, Jerusalem, putting to death the prophets, and stoning those who are sent to her! Again and again would I have taken your children to myself as a bird takes her young ones under her wings, and you would not!
Darby English Bible (DBY) Jerusalem, Jerusalem, [the city] that kills the prophets and stones those that are sent unto her, how often would I have gathered thy children as a hen gathers her chickens under her wings, and ye would not!
World English Bible (WEB) "Jerusalem, Jerusalem, who kills the prophets, and stones those who are sent to her! How often would I have gathered your children together, even as a hen gathers her chickens under her wings, and you would not!
Young's Literal Translation (YLT) `Jerusalem, Jerusalem, that art killing the prophets, and stoning those sent unto thee, how often did I will to gather thy children together, as a hen doth gather her own chickens under the wings, and ye did not will.
Cross Reference Deuteronomy 32:11 in Oriya 11 ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
Ruth 2:12 in Oriya 12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”
2 Chronicles 24:21 in Oriya 21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Psalm 17:8 in Oriya 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
Psalm 36:7 in Oriya 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 63:7 in Oriya 7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
Psalm 81:8 in Oriya 8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ !
Psalm 91:4 in Oriya 4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Isaiah 50:2 in Oriya 2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 4:14 in Oriya 14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ?
Jeremiah 6:8 in Oriya 8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 11:7 in Oriya 7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।
Jeremiah 25:3 in Oriya 3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Jeremiah 26:23 in Oriya 23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।”
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Jeremiah 42:9 in Oriya 9 “ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Hosea 11:2 in Oriya 2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Hosea 11:7 in Oriya 7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
Zechariah 1:4 in Oriya 4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,'” ଏହା ସଦାପ୍ରଭୁ କହନ୍ତି।
Matthew 5:12 in Oriya 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Matthew 21:35 in Oriya 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ।
Matthew 22:3 in Oriya 3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
Matthew 22:6 in Oriya 6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
Matthew 23:30 in Oriya 30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
Mark 12:3 in Oriya 3 କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 14:17 in Oriya 17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।
Luke 15:28 in Oriya 28 ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।
Luke 19:14 in Oriya 14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।
Luke 20:11 in Oriya 11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
Revelation 11:7 in Oriya 7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।