Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Other Translations King James Version (KJV) For there shall arise false Christs, and false prophets, and shall shew great signs and wonders; insomuch that, if it were possible, they shall deceive the very elect.
American Standard Version (ASV) For there shall arise false Christs, and false prophets, and shall show great signs and wonders; so as to lead astray, if possible, even the elect.
Bible in Basic English (BBE) For there will come up false Christs, and false prophets, who will do great signs and wonders; so that if possible even the saints might be tricked.
Darby English Bible (DBY) For there shall arise false Christs, and false prophets, and shall give great signs and wonders, so as to mislead, if possible, even the elect.
World English Bible (WEB) For there will arise false christs, and false prophets, and they will show great signs and wonders, so as to lead astray, if possible, even the chosen ones.
Young's Literal Translation (YLT) for there shall arise false Christs, and false prophets, and they shall give great signs and wonders, so as to lead astray, if possible, also the chosen.
Cross Reference Deuteronomy 13:1 in Oriya 1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
Matthew 7:15 in Oriya 15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !
Matthew 24:5 in Oriya 5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
Matthew 24:11 in Oriya 11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
John 6:37 in Oriya 37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
John 6:39 in Oriya 39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Acts 20:16 in Oriya 16 କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Romans 12:18 in Oriya 18 ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
Galatians 4:15 in Oriya 15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 3:17 in Oriya 17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 13:7 in Oriya 7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Revelation 13:13 in Oriya 13 ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।