Matthew 25:21 in Oriya 21 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Other Translations King James Version (KJV) His lord said unto him, Well done, thou good and faithful servant: thou hast been faithful over a few things, I will make thee ruler over many things: enter thou into the joy of thy lord.
American Standard Version (ASV) His lord said unto him, Well done, good and faithful servant: thou hast been faithful over a few things, I will set thee over many things; enter thou into the joy of thy lord.
Bible in Basic English (BBE) His lord said to him, Well done, good and true servant: you have been true in a small thing, I will give you control over great things: take your part in the joy of your lord.
Darby English Bible (DBY) His lord said to him, Well, good and faithful bondman, thou wast faithful over a few things, I will set thee over many things: enter into the joy of thy lord.
World English Bible (WEB) "His lord said to him, 'Well done, good and faithful servant. You have been faithful over a few things, I will set you over many things. Enter into the joy of your lord.'
Young's Literal Translation (YLT) `And his lord said to him, Well done, servant, good and faithful, over a few things thou wast faithful, over many things I will set thee; enter into the joy of thy lord.
Cross Reference 2 Chronicles 31:20 in Oriya 20 ହିଜକିୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Psalm 16:10 in Oriya 10 କାରଣ ତୁମ୍ଭେ ମୋ' ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।
Matthew 10:40 in Oriya 40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
Matthew 24:45 in Oriya 45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?
Matthew 24:47 in Oriya 47 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।
Matthew 25:23 in Oriya 23 ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Luke 12:44 in Oriya 44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।
Luke 16:10 in Oriya 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
Luke 22:28 in Oriya 28 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ;
John 12:26 in Oriya 26 କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।
John 14:3 in Oriya 3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
John 17:24 in Oriya 24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Romans 2:29 in Oriya 29 କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ।
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
2 Corinthians 5:9 in Oriya 9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।
2 Corinthians 10:18 in Oriya 18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
Philippians 1:23 in Oriya 23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
2 Timothy 2:12 in Oriya 12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 2:26 in Oriya 26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 7:17 in Oriya 17 କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।