Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Other Translations King James Version (KJV) And the King shall answer and say unto them, Verily I say unto you, Inasmuch as ye have done it unto one of the least of these my brethren, ye have done it unto me.
American Standard Version (ASV) And the King shall answer and say unto them, Verily I say unto you, Inasmuch as ye did it unto one of these my brethren, `even' these least, ye did it unto me.
Bible in Basic English (BBE) And the King will make answer and say to them, Truly I say to you, Because you did it to the least of these my brothers, you did it to me.
Darby English Bible (DBY) And the King answering shall say to them, Verily, I say to you, Inasmuch as ye have done it to one of the least of these my brethren, ye have done it to me.
World English Bible (WEB) "The King will answer them, 'Most assuredly I tell you, inasmuch as you did it to one of the least of these my brothers{The word for "brothers" here may be also correctly translated "brothers and sisters" or "siblings."}, you did it to me.'
Young's Literal Translation (YLT) `And the king answering, shall say to them, Verily I say to you, Inasmuch as ye did `it' to one of these my brethren -- the least -- to me ye did `it'.
Cross Reference 2 Samuel 9:1 in Oriya 1 ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି ?”
2 Samuel 9:7 in Oriya 7 ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”
Proverbs 14:31 in Oriya 31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
Proverbs 19:17 in Oriya 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Proverbs 25:6 in Oriya 6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।
Matthew 10:40 in Oriya 40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
Matthew 10:42 in Oriya 42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
Matthew 12:49 in Oriya 49 ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମାଁ ଓ ମୋହର ଭାଇମାନେ,
Matthew 18:5 in Oriya 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 28:10 in Oriya 10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।
Mark 3:34 in Oriya 34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ।
Mark 9:41 in Oriya 41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
John 19:26 in Oriya 26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର !
John 20:17 in Oriya 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଇଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 9:4 in Oriya 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
1 Corinthians 16:21 in Oriya 21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
2 Corinthians 4:5 in Oriya 5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 8:7 in Oriya 7 ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ।
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Galatians 5:13 in Oriya 13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Ephesians 5:30 in Oriya 30 ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
1 Thessalonians 4:9 in Oriya 9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଇଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Hebrews 2:11 in Oriya 11 ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
1 John 4:7 in Oriya 7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ।
1 John 4:20 in Oriya 20 ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ।