Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Other Translations King James Version (KJV) Then shall he say also unto them on the left hand, Depart from me, ye cursed, into everlasting fire, prepared for the devil and his angels:
American Standard Version (ASV) Then shall he say also unto them on the left hand, Depart from me, ye cursed, into the eternal fire which is prepared for the devil and his angels:
Bible in Basic English (BBE) Then will he say to those on the left, Go from me, you cursed ones, into the eternal fire which is ready for the Evil One and his angels:
Darby English Bible (DBY) Then shall he say also to those on the left, Go from me, cursed, into eternal fire, prepared for the devil and his angels:
World English Bible (WEB) Then he will say also to those on the left hand, 'Depart from me, you cursed, into the eternal fire which is prepared for the devil and his angels;
Young's Literal Translation (YLT) Then shall he say also to those on the left hand, Go ye from me, the cursed, to the fire, the age-during, that hath been prepared for the Devil and his messengers;
Cross Reference Deuteronomy 27:15 in Oriya 15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍' (ଏହିପରି ହେଉ)।
Deuteronomy 28:16 in Oriya 16 ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ।
Psalm 6:8 in Oriya 8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ' ରୋଦନର ରବ ଶୁଣିଅଛନ୍ତି।
Psalm 119:21 in Oriya 21 ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
Psalm 119:115 in Oriya 115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ' ନିକଟରୁ ଦୂର ହୁଅ।
Psalm 139:19 in Oriya 19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋ' ନିକଟରୁ ଦୂର ହୁଅ।
Isaiah 66:24 in Oriya 24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
Jeremiah 17:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
Matthew 5:22 in Oriya 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
Matthew 7:23 in Oriya 23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।
Matthew 13:40 in Oriya 40 ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ।
Matthew 13:42 in Oriya 42 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Matthew 13:50 in Oriya 50 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Matthew 18:8 in Oriya 8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 13:27 in Oriya 27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ।
Luke 16:24 in Oriya 24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।
John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
Romans 9:22 in Oriya 22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
2 Thessalonians 1:9 in Oriya 9 ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ ),
Hebrews 6:8 in Oriya 8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
2 Peter 2:4 in Oriya 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
1 John 3:10 in Oriya 10 ଏଥିରେ କିଏ ଇଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Revelation 12:7 in Oriya 7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।