Matthew 26:29 in Oriya 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।
Other Translations King James Version (KJV) But I say unto you, I will not drink henceforth of this fruit of the vine, until that day when I drink it new with you in my Father's kingdom.
American Standard Version (ASV) But I say unto you, I shall not drink henceforth of this fruit of the vine, until that day when I drink it new with you in my Father's kingdom.
Bible in Basic English (BBE) But I say to you that from now I will not take of this fruit of the vine, till that day when I take it new with you in my Father's kingdom.
Darby English Bible (DBY) But I say to you, that I will not at all drink henceforth of this fruit of the vine, until that day when I drink it new with you in the kingdom of my Father.
World English Bible (WEB) But I tell you that I will not drink of this fruit of the vine from now on, until that day when I drink it anew with you in my Father's Kingdom."
Young's Literal Translation (YLT) and I say to you, that I may not drink henceforth on this produce of the vine, till that day when I may drink it with you new in the reign of my Father.'
Cross Reference Psalm 4:7 in Oriya 7 ତୁମ୍ଭେ ମୋ' ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
Psalm 40:3 in Oriya 3 ପୁଣି, ସେ ମୋ' ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
Psalm 104:15 in Oriya 15 ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 24:9 in Oriya 9 ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
Isaiah 25:6 in Oriya 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Zephaniah 3:17 in Oriya 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
Zechariah 9:17 in Oriya 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Matthew 13:43 in Oriya 43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।
Matthew 16:28 in Oriya 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।
Matthew 18:20 in Oriya 20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Mark 14:25 in Oriya 25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଇଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
Luke 15:5 in Oriya 5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
Luke 15:23 in Oriya 23 ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
Luke 15:32 in Oriya 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।
Luke 22:15 in Oriya 15 ଆଉ ସେ ସେମାନଙ୍କୁ କହିଲେ, “ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି।
Luke 22:29 in Oriya 29 ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
John 15:11 in Oriya 11 ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
John 16:22 in Oriya 22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
John 17:13 in Oriya 13 କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
Acts 10:41 in Oriya 41 ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଇଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Revelation 7:17 in Oriya 17 କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।
Revelation 14:3 in Oriya 3 ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।