Matthew 26:39 in Oriya 39 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଖଃର ପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।
Other Translations King James Version (KJV) And he went a little farther, and fell on his face, and prayed, saying, O my Father, if it be possible, let this cup pass from me: nevertheless not as I will, but as thou wilt.
American Standard Version (ASV) And he went forward a little, and fell on his face, and prayed, saying, My Father, if it be possible, let this cup pass away from me: nevertheless, not as I will, but as thou wilt.
Bible in Basic English (BBE) And he went forward a little, and falling down on his face in prayer, he said, O my Father, if it is possible, let this cup go from me; but let not my pleasure, but yours be done.
Darby English Bible (DBY) And going forward a little he fell upon his face, praying and saying, My Father, if it be possible let this cup pass from me; but not as *I* will, but as *thou* [wilt].
World English Bible (WEB) He went forward a little, fell on his face, and prayed, saying, "My Father, if it is possible, let this cup pass away from me; nevertheless, not what I desire, but what you desire."
Young's Literal Translation (YLT) And having gone forward a little, he fell on his face, praying, and saying, `My Father, if it be possible, let this cup pass from me; nevertheless, not as I will, but as Thou.'
Cross Reference Genesis 17:3 in Oriya 3 ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
Numbers 14:5 in Oriya 5 ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।
Numbers 16:22 in Oriya 22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”
2 Samuel 15:26 in Oriya 26 ‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,' ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ' ପ୍ରତି କରନ୍ତୁ।”
1 Chronicles 21:16 in Oriya 16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
Ezekiel 1:28 in Oriya 28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
Matthew 20:22 in Oriya 22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Matthew 26:42 in Oriya 42 ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
Mark 14:35 in Oriya 35 ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇ ପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
Luke 17:16 in Oriya 16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
Luke 22:41 in Oriya 41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
John 5:30 in Oriya 30 ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
John 6:38 in Oriya 38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
John 11:41 in Oriya 41 ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି।
John 12:27 in Oriya 27 ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
John 14:31 in Oriya 31 କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥି ନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।
John 18:11 in Oriya 11 ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ'ଣ ସେଥିରୁ ପାନ କରିବି ନାହିଁ ?
Acts 10:25 in Oriya 25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
Philippians 2:8 in Oriya 8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।