Matthew 26:63 in Oriya 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଇଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ?
Other Translations King James Version (KJV) But Jesus held his peace, And the high priest answered and said unto him, I adjure thee by the living God, that thou tell us whether thou be the Christ, the Son of God.
American Standard Version (ASV) But Jesus held his peace. And the high priest said unto him, I adjure thee by the living God, that thou tell us whether thou art the Christ, the Son of God.
Bible in Basic English (BBE) But Jesus said not a word. And the high priest said to him, I put you on oath, by the living God, that you will say to us if you are the Christ, the Son of God.
Darby English Bible (DBY) But Jesus was silent. And the high priest answering said to him, I adjure thee by the living God that thou tell us if *thou* art the Christ the Son of God.
World English Bible (WEB) But Jesus held his peace. The high priest answered him, "I adjure you by the living God, that you tell us whether you are the Christ, the Son of God."
Young's Literal Translation (YLT) and Jesus was silent. And the chief priest answering said to him, `I adjure thee, by the living God, that thou mayest say to us, if thou art the Christ -- the Son of God.'
Cross Reference Leviticus 5:1 in Oriya 1 “ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।
Numbers 5:19 in Oriya 19 ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
1 Samuel 14:24 in Oriya 24 ପୁଣି, ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।
1 Samuel 14:26 in Oriya 26 ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।
1 Samuel 14:28 in Oriya 28 ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।
1 Kings 22:16 in Oriya 16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
2 Chronicles 18:15 in Oriya 15 ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 38:12 in Oriya 12 ମଧ୍ୟ ଯେଉଁମାନେ ମୋ' ପ୍ରାଣ ଚାହାନ୍ତି, ସେମାନେ ମୋ' ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
Proverbs 29:24 in Oriya 24 ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 53:7 in Oriya 7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
Daniel 3:16 in Oriya 16 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ରାଜାକୁ ଉତ୍ତର କରି କହିଲେ, ହେ ନବୂଖଦ୍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
Matthew 26:63 in Oriya 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଇଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ?
Matthew 27:12 in Oriya 12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।
Matthew 27:14 in Oriya 14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।
Matthew 27:40 in Oriya 40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
Matthew 27:43 in Oriya 43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଇଶ୍ବରଙ୍କ ପୁତ୍ର।
Matthew 27:54 in Oriya 54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଇଶ୍ବରଙ୍କ ପୁତ୍ର ଥିଲେ।
Mark 14:61 in Oriya 61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ ?
Luke 22:66 in Oriya 66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।
John 1:34 in Oriya 34 ଆଉ, ମୁଁ ତାହା ଦେଖିଅଛି ଓ ସେ ଇଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
John 1:49 in Oriya 49 ନଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଇଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
John 3:16 in Oriya 16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 5:18 in Oriya 18 ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଇଶ୍ବରଙ୍କ ସହିତ ସମାନ କରୁଥିଲେ।
John 6:69 in Oriya 69 ଆଉ, ଆପଣ ଯେ ଈଶ୍ୱରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
John 8:25 in Oriya 25 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।
John 10:24 in Oriya 24 ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ।
John 10:30 in Oriya 30 ମୁଁ ଓ ପିତା ଏକ।
John 10:36 in Oriya 36 ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଇଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
John 18:37 in Oriya 37 ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।
John 19:7 in Oriya 7 ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଇଶ୍ବରଙ୍କ ପୁତ୍ର ବୋଲି କହିଅଛି
John 19:9 in Oriya 9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ।
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
Acts 8:32 in Oriya 32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।
1 Peter 2:23 in Oriya 23 ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
1 John 5:11 in Oriya 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।